www.samajalive.in
Sunday, December 7, 2025
13.1 C
Bhubaneswar

ଜୁଲାଇ ୨୦ରେ ପାଟକୁରା ନିର୍ବାଚନ

ଭୁବନେଶ୍ଵର: କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ଆସନ ଲାଗି ଆସନ୍ତା ୨୦ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ଗୁରୁବାର ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦ ତାରିଖରେ ଭୋଟଗ୍ରହଣ ହେବାକୁ ଥିବାବେଳେ ୨୪ ତାରିଖରେ ଗଣତି କରାଯିବ। ଜୁଲାଇ ୨୬ ତାରିଖ ସୁଦ୍ଧା ସମସ୍ତ ନିର୍ବାଚନୀ ପ୍ରକ୍ରିୟା ଶେଷ ହେବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି।

ସୂଚନାଯୋଗ୍ୟ, ନିର୍ବାଚନ ସମୟରେ ପାଟକୁରା ଆସନରେ ବିଜେଡି ପ୍ରାର୍ଥୀ ହୋଇଥିବା ବେଦପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତ ପରେ ନିର୍ବାଚନ ତାରିଖ ଘୁଞ୍ଚାଇ ଦିଆଯାଇଥିଲା। କିନ୍ତୁ ବାତ୍ୟା ହେବାରୁ ପୁଣି ୨ୟ ଥର ଲାଗି ନିର୍ବାଚନକୁ ଘୁଞ୍ଚାଇ ଦିଆଯାଇଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories