www.samajalive.in
Saturday, December 6, 2025
26.1 C
Bhubaneswar

ସାମାନ୍ୟ ବଚସାରୁ ଲୁହା ରଡ଼ ମାଡରେ ମୁଣ୍ଡ ଫାଟିଲା

ପାଟଣା : ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ତୋରାଣି ପୋଖରୀ ପଞ୍ଚାୟତ ଦାଣ୍ଡିପଶି ଗ୍ରାମରେ ଗତକାଲି ଅପରାହ୍ନରେ ସାମାନ୍ୟ ବଚସା ନେଇ ଲୁହା ରଡ଼ ମାଡରେ ଜଣଙ୍କର ମୁଣ୍ଡ ଫାଟିଛି । ଦାଣ୍ଡିପଶି ଗ୍ରାମର ନରେନ୍ଦ୍ର ନାଏକ (୬୦) ଓ ପଡ଼ୋଶୀ ନଧର ନାଏକ (୫୫) ଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ରାଗରେ ନଧର ହାତରେ ଧରିଥିବା ଲୁହା ରଡରେ ନରେନ୍ଦ୍ରଙ୍କ ମୁଣ୍ଡକୁ ଏକ ଶକ୍ତ ପ୍ରହାର ଦେଇଥିଲେ । ଗତକାଲି ଅପରାହ୍ନରେ ଏହି ଘଟଣା ଘଟିଥିବା ବେଳେ ଗୁରୁତର ଅବସ୍ଥାରେ ନରେନ୍ଦ୍ରଙ୍କୁ ଘଟଗାଁ ମେଡିକାଲ ନିଆଯାଇଥିଲା । ଏନେଇ ଆଜି ଢେଙ୍କିକୋଟ ଫାଣ୍ଡିରେ ଅଭିଯୋଗ ହୋଇଥିବା ବେଳେ ଢେଙ୍କିକୋଟ ଫାଣ୍ଡି ଅଧିକାରୀ ସତ୍ୟନାରାୟଣ ପରିଡ଼ା ଘଟଣାର ତଦନ୍ତ କରୁଛନ୍ତି ।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories