www.samajalive.in
Sunday, December 7, 2025
23.1 C
Bhubaneswar

ନାଳରୁ ମୃତଦେହ ଉଦ୍ଧାର

ପାଟଣା : କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କଣ୍ଟିଆପଡା ନିକଟ ଜହ୍ନେଇ ନାଳରେ ଆଜି ସକାଳୁ ଏକ ମୃତଦେହ ଉଦ୍ଧାର ହୋଇଥିଲା। ମୃତକ ହେଲେ ପୁରୁଣିଆ ଗ୍ରାମର ନନ୍ଦ ମହନ୍ତ (୬୨)।
ସୂଚନା ଯୋଗ୍ୟ ସକାଳେ ଗ୍ରାମର କିଛି ଲୋକ ନାଳରେ ମୃତଦେହ ଭାସୁଥିବା ଦେଖି ତୁରୁମୁଙ୍ଗା ପୁଲିସ ଓ ପାଟଣା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ପାଟଣା ଅଗ୍ନିଶମ ବାହିନୀ ଜହ୍ନେଇ ନାଳରୁ ମୃତଦେହ ଉଦ୍ଧାର କରିଥିଲେ। ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପାଟଣା ମେଡିକାଲକୁ ପଠାଇଯାଇଥିଲା। ଖବର ପାଇ ତୁରୁମୁଙ୍ଗା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଥିଲା ।  ଗତ ୨ ତାରିଖ ସନ୍ଧ୍ୟା ରେ ନନ୍ଦ ଶୌଚ ପାଇଁ ଯାଇ ନାଳରେ ଭାସିଯାଇଥିବା ଜଣାପଡିଛି।

 

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories