www.samajalive.in
Sunday, December 14, 2025
23.1 C
Bhubaneswar

ଶୋଇଥିବା ସମୟରେ ମାରଣାସ୍ତ୍ରରେ ହାଣି ହତ୍ୟା

ପାଟଣା: ନିଜ ଘର ବାରଣ୍ଡାରେ ଶୋଇଥିବା ଅବସ୍ଥାରେ ମୁଣ୍ଡକୁ ହାଣି ହତ୍ୟା କରାଯାଇଛି । ଏଭଳି ଅଭାବନୀୟ ଘଟଣା  କେନ୍ଦୁଝର ଜିଲା ଘଟଗାଁ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ହେଲେ ୫୫ବର୍ଷୀୟ ଭଦୃ ମହାକୁଡ ।
ଖବରରୁ ପ୍ରକାଶ ଯେ ଘଟଗାଁ ଥାନା ଅଞ୍ଚଳ ଢେଙ୍କିକୋଟ ବିଟ ହାଉସ ଅନ୍ତର୍ଗତ ମେଦିନିପୁର ଗ୍ରାମର ଭଦୃ ମହାକୁଡ଼ ନିଜ ଘର ବାରଣ୍ଡାରେ ଶୋଇଥିବା ବେଳେ ଗତରାତି ୩ଟା ରୁ ୪ଟା ମଧ୍ୟରେ ଏହି ହତ୍ୟାକାଣ୍ଡ ଘଟିଥିଲା ।
ଖବର ପାଇ ଘଟଗାଁ ଏସଡିପିଓ ବିଜୟ କୃଷ୍ଣ ମହାପାତ୍ର, ଘଟଗାଁ ଥାନାଧିକାରୀ ଶୁଭ୍ରାନ୍ତ କୁମାର ଜେନା,ଢେଙ୍କିକୋଟ ଫାଣ୍ଡି ଅଧିକାରୀ ତ୍ରିନାଥ ନାଏକ ଙ୍କ ସହ ପୁଲିସ ଟିମ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ ଟିମ ଡକାଯାଇଛି। ସୂଚନାଯୋଗ୍ୟ ଯେ ଭଦୃଙ୍କର ପୂର୍ବରୁ ପତ୍ନୀ ବିୟୋଗ ଘଟିଥିବା ବେଳେ ଝିଅ ବାହା ହୋଇ ସାରିଥିବା ଓ ପୁଅ ବାହାର ରାଜ୍ୟରେ ଚାକିରୀ କରୁଥିବାରୁ ସେ ଘରେ ଏକୁଟିଆ ରହିଥିଲେ। ସନ୍ଦେହରେ ପୁଲିସ ଜଣକୁ ଅଟକ ରଖି ଅନୁସନ୍ଧାନ ଜାରି ରଖିଛି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories