www.samajalive.in
Saturday, December 6, 2025
23.1 C
Bhubaneswar

ପାଟଣାରେ ନିର୍ବାଚନ ମଣ୍ଡଳୀ ସ୍ତରୀୟ ଲ୍ୟାମ୍ପ୍ସ କର୍ମଚାରୀଙ୍କ ବୈଠକ

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା କୃଷି ବିଭାଗ ସମ୍ମିଳନୀ କକ୍ଷରେ ପାଟଣା ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ଥିବା ୨୩ଟି ଲ୍ୟାମ୍ପ୍ସର ସଭାପତି ଓ ପରିଚାଳନା ନିର୍ଦ୍ଦେଶକ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ, ସମ୍ମାନିତ ଅତିଥି ଭାବେ ନିର୍ବାଚନ ମଣ୍ଡଳୀ ବିଜେଡି ପର୍ୟ୍ୟବେକ୍ଷକ ଡକ୍ଟର ହରିଶ ଚୌଧୁରୀ ଓ କେନ୍ଦୁଝର ସମବାୟ ବ୍ୟାଙ୍କର ସଭାପତି କାନନ ବିହାରୀ ପହି ପ୍ରମୁଖ ଯୋଗ ଦେଇ ରାଜ୍ୟ ସରକାରଙ୍କ ଦ୍ଵାରା କୃଷକ ମାନଙ୍କ ପାଇଁ ରହିଥିବା ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ। ଏହି ବୈଠକରେ ଲ୍ୟାମ୍ପ୍ସ ସଭାପତି, ପରିଚାଳନା ନିର୍ଦ୍ଦେଶକ ଓ କେତେକ ସଦସ୍ୟ ମାନେ ଉପସ୍ଥିତ ରହିଥିଲେ। ବିଶେଷ କରି କୃଷି ଓ କୃଷକ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ଦ୍ଵାରା ଯେଉଁ ସବୁ ଯୋଜନା ପ୍ରଣୟନ କରାଯାଇଛି ତାହାର ସୁଫଳ କିପରି ଅଞ୍ଚଳର ଚାଷୀ ମାନେ ପାଇପାରିବେ ସେନେଇ ଲ୍ୟାମ୍ପସ୍ କର୍ତ୍ତୃପକ୍ଷ ଗୁରୁତ୍ଵ ଦେବାକୁ ପରାମର୍ଶ ଦିଆଯାଇଥିଲା।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories