www.samajalive.in
Sunday, December 14, 2025
19.1 C
Bhubaneswar

ଅବକାରୀ ବିଭାଗର ଚଢ଼ାଉ, ଚୋରା ମଦ ସହ ୨ ଗିରଫ

ପାଟଣା: କେନ୍ଦୁଝର ଜିଲ୍ଲା ଅବକାରୀ ଅଧିକ୍ଷକ ସୀତାକାନ୍ତ ମୁଦୁଲିଙ୍କ ନିର୍ଦ୍ଦେଶ କ୍ରମେ ଆଜି ପାଟଣା ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ମୋଟ ୧୭ ଲିଟର ଚୋରା ମହୁଲି ମଦ ଜବତ କରାଯିବା ସହ ୨ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଦୁଇ ଜଣ ହେଲେ ଅଙ୍କୁରା ଗ୍ରାମର ପୂର୍ଣ୍ଣଚନ୍ଦ୍ର ନାଏକ(୩୫) ଓ କେନ୍ଦେଇପଶି ଗ୍ରାମର ନୀଳମଣି ବେହେରା(୪୨) ବୋଲି ଜଣାପଡିଛି। ଚଢ଼ାଉ ସମୟରେ ପୂର୍ଣ୍ଣଚନ୍ଦ୍ର ନାଏକଙ୍କ ଠାରୁ ୯ ଲିଟର ମହୁଲି ମଦ ଓ ନୀଳମଣି ବେହେରାଙ୍କ ଠାରୁ ୮ ଲିଟର ମହୁଲି ମଦ ଜବତ କରାଯାଇଛି। ଆଜି ଅପରାହ୍ନରେ ଅଭିଯୁକ୍ତ ଦୁଇଜଣଙ୍କୁ କୋର୍ଟ ଚାଲାଣ କରିଛି ଅବକାରୀ ବିଭାଗ। ଏହି ଚଢ଼ାଉରେ ପାଟଣା ଅବକାରୀ ଥାନା ଅଧିକାରୀ ଦିଲ୍ଲିପ କୁମାର ତାଣ୍ଡି, ଅବକାରୀ ଏଏସଆଇ ଜଗନ୍ନାଥ ଭିତିରିଆ, କନେଷ୍ଟବଳ ମିଥୁନ ଜେନା ଓ ଆରତୀ ବେହେରା ସାମିଲ ଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories