www.samajalive.in
Friday, December 12, 2025
19.1 C
Bhubaneswar

ମାଛଗଡ ମକର ମେଳାରେ ଲୋକ ହାଉଯାଉ, କୁମ୍ଭକର୍ଣ୍ଣ ନିଦ୍ରାରେ ପ୍ରଶାସନ

ପାଟଣା: କରୋନା କଟକଣା ସତ୍ୱେ କେନ୍ଦୁଝର ଜିଲ୍ଲା ପାଟଣା ଥାନା ସାହାରପଡା ବ୍ଲକ ଅଞ୍ଚଳ ମାଛଗଡ ଠାରେ ମକର ମେଳାରେ ୨ ହଜାରରୁ ଉର୍ଦ୍ଧ୍ବ ଲୋକଙ୍କ ସମାଗମ ହୋଇଥିବା ଦେଖିବାକୁ ମିଳିଛି। ଘଟଣାଟି ଅଞ୍ଚଳରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ଏହି ମକର ମେଳାରେ କାହାରି ମୁହଁରେ ତୁଣ୍ଡି ନଥିବା ବେଳେ କରୋନା କଟକଣାର ନୂତନ ନିୟମାନୁସାରେ କୌଣସି ଯାଗାରେ ମକର ମେଳାକୁ ଅନୁମତି ନଥିବାବେଳେ ମାଛଗଡ ଠାରେ କିପରି ମକର ମେଳା ଅନୁଷ୍ଠିତ ହୋଇଛି ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏଥିପ୍ରତି ଧ୍ୟାନ ଦେଇନାହାଁନ୍ତି ଏହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏହା ଦ୍ବାରା ସାହାରପଡା ବ୍ଲକ ତଥା ପାଟଣା ଅଞ୍ଚଳରେ କରୋନାର ଦୃତ ଗତିରେ ବ୍ୟାପିବାରେ ସାହାଯ୍ୟ କରିବ ବୋଲି ଆଲୋଚନା ହେଉଛି। ଅମାନିଆ ମକର ମେଳା କମିଟି ଉପରେ ଦୃଢ଼ କାର୍ଯାନୁଷ୍ଠାନ ଗ୍ରହଣ କରିବା ପାଇଁ ବୁଦ୍ଧିଜୀବୀମାନେ ସାଧାରଣରେ ଦାବି ହେଉଥିବା ବେଳେ ସ୍ଥାନୀୟ ପ୍ରଶାସନର ଅବହେଳା ପାଇଁ ଏପରି ମେଳା ହଉଥିବା ଚର୍ଚ୍ଚା ଜୋର ଧରିଛି।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories