www.samajalive.in
Monday, December 8, 2025
27.1 C
Bhubaneswar

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ; ପୁଲିସର ତଦନ୍ତ ଆରମ୍ଭ

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ଖଡିକାପଦା ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଆଜି ଜଣେ ଯୁବକର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଗ୍ରାମର ଉପେନ୍ଦ୍ର ମୁଣ୍ଡା ଙ୍କ ପୁଅ ଗଣେଶ ମୁଣ୍ଡା ବୋଲି ଜଣାପଡିଛି । ସେ ଗତକାଲି ଠାରୁ ଘରକୁ ଫେରି ନଥିବା ବେଳେ ଆଜି ତାଙ୍କ ମୃତଦେହ ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଉଦ୍ଧାର ହୋଇଛି । ଖବର ପାଇ ପାଟଣା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ଯୁବକ ଜଣକ କେଉଁ ପରିସ୍ଥିତିରେ ଆତ୍ମହତ୍ୟା କଲେ ନା ତାଙ୍କୁ କେହି ହତ୍ୟା କରି ଆତ୍ମହତ୍ୟା ର ରୁପ ଦେଇଛି ତାହା ସ୍ପଷ୍ଟ ହୋଇନାହିଁ । ତେବେ ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ପୁଲିସ କହିଛି ।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories