www.samajalive.in
Monday, December 8, 2025
20.1 C
Bhubaneswar

ଅଟୋ-ବାଇକ୍ ମୁହାଁମୁହିଁ ଧକ୍କା; ୨ ବାଇକ୍ ଆରୋହୀ ଗୁରୁତର

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥର ଗୋରାଣ୍ଡିଯୋଡ଼ି ନିକଟରେ ଏକ ଅଟୋ ସହ ବାଇକ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ବାଇକରେ ଥିବା ୨ ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି l ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ ବାଇକଟି କରଞ୍ଜିଆ ପଟୁ ସାହାରପଡା ଅଭିମୁଖେ ଆସୁଥିବା ବେଳେ ବିପରୀତ ଦିଗରୁ ଏକ ଅଟୋ ସହ ଧକ୍କା ହୋଇଥିଲା l ତେବେ ଦୁର୍ଘଟଣାସ୍ଥଳରୁ ଅଟୋ ଟି ଫେରାର ହୋଇଯାଇଛି l ଗୁରୁତର ବାଇକ ଆରୋହୀ ମାନେ ହେଲେ ମୟୂରଭଞ୍ଜ ଜିଲ୍ଲା ଯଶିପୁର ବ୍ଲକ ଟଙ୍ଗାବିଲା ସାନନଈ ଗ୍ରାମର ରୁନା ମହାନ୍ତ ଏବଂ ବକଳା ଗ୍ରାମର ଭରତ ଚନ୍ଦ୍ର ମହାନ୍ତ ବୋଲି ସୂଚନା ମିଳିଛି l ଖବର ପାଇ ସାହାରପଡା ଫାଣ୍ଡି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ବାଇକକୁ ଜବତ କରି ତଦନ୍ତ ଚଳାଇଛି ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories