www.samajalive.in
Saturday, December 6, 2025
19.1 C
Bhubaneswar

ଜିଲ୍ଲା ପରିଷଦ ଉପନିର୍ବାଚନ ; ବିଜେଡି ପ୍ରାର୍ଥୀ ରଣଜିତ ନାୟକ ବିଜୟୀ

ପାଟଣା : କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ୮ ନମ୍ବର ଜୋନରେ ଜିଲ୍ଲା ପରିଷଦ ଉପନିର୍ବାଚନ ଫଳାଫଳ ଘୋଷଣା ହୋଇଛି । ଏଥିରେ ବିଜେଡି ପ୍ରାର୍ଥୀ ରଣଜୀତ ନାୟକ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀଙ୍କ ଠାରୁ ୧୩ ହଜାର ୧୧୮ ଖଣ୍ଡ ଭୋଟ ଅଧିକ ପାଇ ବିଜୟୀ ହୋଇଛନ୍ତି । ବିଜେଡି ପ୍ରାର୍ଥୀ ରଣଜୀତ ନାୟକ ୧୮ ହଜାର ୨୪୦ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀ ମହେଶ୍ୱର ନାୟକ ୫ ହଜାର ୧୨୨ ଖଣ୍ଡ ଓ କଂଗ୍ରେସ ପ୍ରାର୍ଥୀ ଦୟାନିଧି ନାୟକ ୬୦୭ ଖଣ୍ଡ ଭୋଟ ପାଇଛନ୍ତି। ମୋଟ ୬୭୦ ଖଣ୍ଡ ଭୋଟ ନାକଚ ଯାଇଛି। ବିଜେଡି ପ୍ରାର୍ଥୀ ବିଜୟ ହେବା ପରେ ସେ ବିଜୟର ଶ୍ରେୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଘଷିପୁରା ବିଧାୟକ ବଦ୍ରୀ ନାରାୟଣ ପାତ୍ରଙ୍କୁ ଦେଇଛନ୍ତି। ଏହା ସହ ଆଗାମୀ ଦିନରେ ସ୍ଥାନୀୟ ଅଞ୍ଚଳରେ ଥିବା ସମସ୍ୟାର ସମାଧାନ ପାଇଁ ସେ ପ୍ରୟାସ କରିବେ ବୋଲି କହିଛନ୍ତି।

Hot this week

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

Related Articles

Popular Categories