www.samajalive.in
Wednesday, December 10, 2025
18.1 C
Bhubaneswar

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣା: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଛତିଆ ଗ୍ରାମର ଏକ ଆମ୍ବ ଗଛରୁ ଜଣେ ବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ମହିଳା ଜଣକଙ୍କ ନାଁ କଣ୍ଢେଇ ନାୟକ ବୋଲି ଜଣାପଡିଛି । କଣ୍ଢେଇ ୪ ବର୍ଷ ତଳେ ତେଲକୋଇ ଅଞ୍ଚଳରେ ବିବାହ କରିଥିବା ବେଳେ ବାପଘର ଖଣ୍ଟଘର ଗ୍ରାମରେ ରହୁଥିଲେ। ତାଙ୍କର ଏକ ସନ୍ତାନ ମଧ୍ୟ ରହିଛି । ଗତ ଦୁଇ ବର୍ଷ ହେବ ସେ ଛତିଆ ଗ୍ରାମର ପପୁ ନାୟକ ନାମକ ଜଣେ ଯୁବକଙ୍କ ପ୍ରେମରେ ପଡି ତାମିଲନାଡୁରେ ରହୁଥିଲେ । ତେବେ ଏକ ସପ୍ତାହ ତଳେ ମହିଳା ଜଣଙ୍କ ଛତିଆ ଗ୍ରାମକୁ ଆସିଥିବା ବେଳେ ଆଜି ସକାଳେ ତାଙ୍କ ମୃତଦେହ ଘର ନିକଟ ଏକ ଆମ୍ବ ଗଛରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି । ଏନେଇ ଢେଙ୍କିକୋଟ ଫାଣ୍ଡି ପୁଲିସ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories