www.samajalive.in
Wednesday, December 10, 2025
16.1 C
Bhubaneswar

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ଉପଦେଷ୍ଟାଙ୍କ ଆଦର୍ଶ ବିଦ୍ୟାଳୟ ପରିଦର୍ଶନ

ପାଟଣା: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ଉପଦେଷ୍ଟା ତଥା ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାବିଭାଗୀୟ ମୁଖ୍ୟ ପରାମର୍ଶଦାତା ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଉପେନ୍ଦ୍ର ତ୍ରିପାଠୀ ଟିକିରାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି । ଆଦର୍ଶ ବିଦ୍ୟାଳୟର ଭାରାପ୍ରାପ୍ତ ଅଧ୍ୟକ୍ଷ ଶୁଭେନ୍ଦୁ କୁମାର ମହାରାଜ, ଅଭିଭାବକ ସଂଘ ଆବାହକ ରାଜକିଶୋର ସାହୁ ଓ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଶ୍ରୀ ତ୍ରିପାଠୀଙ୍କୁ ଭବ୍ୟ ସ୍ବାଗତ ଜଣାଇଥିଲେ । ଶ୍ରୀ ତ୍ରିପାଠୀ ବିଦ୍ୟାଳୟ ଓ ଛାତ୍ରାବାସ ପରିଦର୍ଶନ କରି ସନ୍ତୋଷ ପ୍ରକାଶ କରିଛନ୍ତି । ଶ୍ରୀ ତ୍ରିପାଠୀଙ୍କ ଗସ୍ତ ସମୟରେ କେନ୍ଦୁଝର ଜିଲ୍ଲା ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଜଗବନ୍ଧୁ ସାହୁ, ଘଟଗାଁ ଏବିଇଓ ଅମ୍ବିକା ପ୍ରସାଦ ପତି, ସଞ୍ଜୟ ପଲେଇ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ରୋହିତ କୁମାର ବେହେରା, ଡମ୍ବୁରୁଧର ବେହେରା, ବଟକୃଷ୍ଣ ରାଉତ ଓ ସବିତେନ୍ଦୁ ସାହୁ ପ୍ରମୁଖ ଉପସ୍ଥିତ ଥିଲେ l

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories