www.samajalive.in
Sunday, December 14, 2025
26.1 C
Bhubaneswar

ହୀରାପଶିରେ ସାନ୍ତାଳୀ ସମ୍ପ୍ରଦାୟର ରାସ କରମ୍ ପର୍ବ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ପଞ୍ଚାୟତର ହୀରାପଶି ଗ୍ରାମରେ ସାନ୍ତାଳୀ ସମ୍ପ୍ରଦାୟର ରାସ କରମ୍ ପର୍ବ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ତଥା କେନ୍ଦୁଝର ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଜଗନ୍ନାଥ ନାଏକ ଯୋଗ ଦେଇ ସାନ୍ତାଳ ସମ୍ପ୍ରଦାୟର ଲୋକମାନେ ଏହି ପରମ୍ପରାକୁ ବଞ୍ଚାଇ ରଖିଥିବାରୁ ସେମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ ବିଧାୟକଙ୍କୁ ସାନ୍ତାଳ ସମ୍ପ୍ରଦାୟର ଲୋକମାନେ ପାରମ୍ପରିକ ବାଦ୍ୟ ବଜାଇ ଭବ୍ୟ ସ୍ଵାଗତ କରିଥିଲେ। ସାନ୍ତାଳୀ ସମ୍ପ୍ରଦାୟର ଠାକୁରଙ୍କ ପୂଜା କରାଯିବା ସହ ସାନ୍ତାଳୀ ସମ୍ପ୍ରଦାୟର କୁମାରୀ ଓ ମହିଳା ମାନଙ୍କ ଦ୍ଵାରା ନୃତ୍ୟ ସଙ୍ଗୀତ କାର୍ଯ୍ୟକ୍ରମ ଦେଖଣାହାରୀଙ୍କ ପାଇଁ ବେଶ ମନୋରଞ୍ଜନର ଖୋରାକ ଯୋଗାଇଥିଲା।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories