www.samajalive.in
Saturday, December 6, 2025
14.1 C
Bhubaneswar

ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ

ପାଟଣା: କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ପାଣପଶି ଗ୍ରାମର ଶେଷ ମୁଣ୍ଡରେ ଗୁରୁବାର ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ମୃତଦେହ ନିକଟରେ ଗୋଟିଏ ସାଇକେଲ ଓ ଏକ ପଲିଥିନରେ କୀଟନାଶକ ବୋତଲ ସହ ଗ୍ଲାସ ରହିଛି। ତେବେ ପାରିପାର୍ଶ୍ବିକ ସ୍ଥିତିରୁ ବ୍ୟକ୍ତି ଜଣଙ୍କ କୀଟନାଶକ ପିଇ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ଖବର ପାଇ ତୁରୁମୁଙ୍ଗା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଘଟଣାର ତଦନ୍ତ ଜାରି ରଖିଛି। ତେବେ ବ୍ୟକ୍ତି ଜଣକ ଅନ୍ୟ ଏକ ସ୍ଥାନରୁ ସାଇକେଲ ଯୋଗେ ଏଠାକୁ ଆସିଥିବା କୁହାଯାଉଛି। ତେବେ ବ୍ୟକ୍ତି ଜଣଙ୍କ କେଉଁ ପରିସ୍ଥିତିରେ ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories