www.samajalive.in
Sunday, December 7, 2025
14.1 C
Bhubaneswar

ବିଷାକ୍ତ ଚିତି ସାପ କାମୁଡାରେ ବୃଦ୍ଧ ମୃତ

ପାଟଣା : ପାଟଣା ବ୍ଲକ କୁମୁଳାବାହାଳି ରଙ୍ଗାମାଟିଆ ସାହିରେ ଜଣେ ୬୫ ବର୍ଷୀୟ ବୃଦ୍ଧଙ୍କୁ ଏକ ବିଷାକ୍ତ ଚିତି ସାପ କାମୁଡ଼ି ଦେବାରୁ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତ ବୃଦ୍ଧ ଜଣକ ହେଉଛନ୍ତି ଉକ୍ତ ଗାଁର ସାଙ୍ଗେନ ଓରଫ୍ ମଙ୍ଗ ମୁଣ୍ଡା ବୋଲି ଜଣାପଡିଛି । ସୂଚନା ଅନୁଯାୟୀ ମଙ୍ଗ ବୁଧବାର ବିଳମ୍ବିତ ରାତ୍ରିରେ ଘରେ ଖାଇସାରି ଖଟରେ ଶୋଇଥିବା ବେଳେ ଘରେ ପୂର୍ବରୁ ରହିଥିବା ଏକ ଚିତି ସାପ ତାଙ୍କ ଡାହାଣ ହାତରେ କାମୁଡି ଦେଇଥିଲା। ସେ ସାପଟିକୁ ମୂଷା ଭାବି ତାକୁ ଧରି ପକାଇ ଛାଡି ଦେଇଥିଲେ। ସକାଳୁ ସେ ନଉଠିବାରୁ ଘର ଲୋକ କବାଟ ଖୋଲି ଦେଖିଲା ବେଳକୁ ତାଙ୍କର ମୃତ୍ୟୁ ହୋଇଥିବା ଦେଖିବାକୁ ପାଇଥିଲେ। ଘଟଗାଁ ପୁଲିସକୁ ଖବର ଦେବା ପରେ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ଶବକୁ ବ୍ୟବଛେଦ ପାଇଁ ପାଟଣା ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲା। ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଜଣାପଡିଛି।

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories