www.samajalive.in
Saturday, December 6, 2025
16.1 C
Bhubaneswar

ସାପ କାମୁଡାରେ ୭ ମାସର ଶିଶୁ କନ୍ୟା ମୃତ

ପାଟଣା : ପାଟଣା ବ୍ଲକ ଅନ୍ତର୍ଗତ ଗୋଧିରାମପଡ଼ା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ସାପ କାମୁଡାରେ ଏକ ୭ ମାସର ଶିଶୁ କନ୍ୟାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ମୃତକ ଗ୍ରାମର ସୁନୀଲ ମାଝୀ ଓ ଦୁଲାରୀ ମାଝୀଙ୍କ ଶିଶୁ କନ୍ୟା। ସୂଚନା ଅନୁସାରେ ରବିବାର ରାତି ୮ଟା ସମୟରେ ଶିଶୁକନ୍ୟା ମାଆଙ୍କ ସହ ଶୋଇଥିବା ସମୟରେ ଏକ ବିଷଧର ପାହାଡିଆ ଚିତି ସାପ ଶିଶୁ କନ୍ୟାଙ୍କୁ କାମୁଡି ଦେଇଥିଲା। ଗୁରୁତର ଅବସ୍ଥାରେ ପ୍ରଥମେ ପାଟଣା ଓ ପରେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତୀ କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଶିଶୁ କନ୍ୟା ଆଖି ବୁଜିଛି। ଘଟଣାକୁ ନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

Hot this week

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories