ପାଟଣା : ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନଂ ଜାତୀୟ ରାଜପଥର ଡାବରଚୁଆ ନିକଟରେ ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ଟ୍ରକ ପଛରେ ପିଟି ହୋଇ ଜଣେ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତ ବାଇକ ଚାଳକ ଜଣକ ବାଉଁଶୁଳି ପଞ୍ଚାୟତ ନିଶ୍ଚିନ୍ତପୁର ଗ୍ରାମର ତପନ ନାୟକ ବୋଲି ଜଣାପଡିଛି। ଖବର ପାଇ ତୁରୁମୁଙ୍ଗା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଖିରେଇଟାଙ୍ଗିରି ପଥକର ଫାଟକ ରୋଗୀଯାନରେ ମୃତକଙ୍କୁ ଉଦ୍ଧାର କରାଯାଇ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ତପନ କେନ୍ଦୁଝରରୁ ଗ୍ରାମକୁ ବାଇକ ଯୋଗେ ଫେରୁଥିଲେ। ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି।
Popular Categories



