www.samajalive.in
Saturday, December 6, 2025
26.1 C
Bhubaneswar

ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ

ପାଟଣା: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥର କପାସପଡା ନିକଟରେ ଗୁରୁବାର ଏକ ବୋଲେରୋ ସହ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ନିକଟସ୍ଥ ଟିକିରା ଗ୍ରାମର ଦେବବ୍ରତ ନାଏକ(୨୦) ବୋଲି ଜଣାପଡିଛି। ସେ ବାଇକ୍ ଯୋଗେ ଢେଙ୍କିକୋଟରୁ ପାଟଣା ଅଭିମୁଖେ ଯାଉଥିବା ସମୟରେ ବିପରୀତ ଦିଗରୁ ଢେଙ୍କିକୋଟ ଆଡକୁ ଆସୁଥିବା ଏକ ବୋଲେରୋ ସହ ତାଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ତାଙ୍କ ମୁଣ୍ଡ ଓ ଛାତିରେ ଗଭୀର ଆଘାତ ଲାଗିଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ୧୦୮ ଆମ୍ବୁଲାନ୍ସ ଯୋଗେ ପ୍ରଥମେ ଘଟଗାଁ ଓ ପରେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories