www.samajalive.in
Monday, December 8, 2025
13.1 C
Bhubaneswar

ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ

ପାଟଣା: କେନ୍ଦୁଝର ଜିଲା ଘଟଗାଁ ଥାନା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥର କପାସପଡା ବାଙ୍କ ନିକଟରେ ଏକ ବୋଲେରୋ ସହ ଏକ ବାଇକର ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତ ବାଇକ ଚାଳକ ନିକଟସ୍ଥ ଟିକିରା ଗ୍ରାମର ଦେବବ୍ରତ ନାଏକ (୨୦) ବୋଲି ଜଣାପଡିଛି। ସେ ବାଇକ୍ ଯୋଗେ ଢେଙ୍କିକୋଟରୁ କେତାଙ୍ଗ ଗ୍ରାମକୁ ଯାଉଥିବା ସମୟରେ ବିପରୀତ ଦିଗରୁ ଭଣ୍ଡା ଅଞ୍ଚଳରୁ ଢେଙ୍କିକୋଟ ଆଡକୁ ଆସୁଥିବା ଏକ ବୋଲେରୋ ସହ ତାଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା।

ଦୁର୍ଘଟଣାରେ ତାଙ୍କ ମୁଣ୍ଡ ଓ ଛାତି ରେ ଗଭୀର ଆଘାତ ଲାଗିଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ୧୦୮ ଆମ୍ବୁଲାନ୍ସ ଯୋଗେ ପ୍ରଥମେ ଘଟଗାଁ ଓ ପରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଆସନ୍ତା କାଲି ମୃତକର ଶବ ବ୍ୟବଚ୍ଛେଦ କରାଯିବ ବୋଲି ଢେଙ୍କିକୋଟ ଫାଣ୍ଡି ଅଧିକାରୀ ତରଣିସେନ ବାଗ ସୂଚନା ଦେବା ସହ ଦୁର୍ଘଟଣାରେ ଜଡ଼ିତ ବାଇକ ଓ ବୋଲେରୋକୁ ଜବତ କରାଯାଇଥିବା ସେ କହିଛନ୍ତି।

Hot this week

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

Related Articles

Popular Categories