www.samajalive.in
Saturday, December 6, 2025
16.1 C
Bhubaneswar

ଘଟଗାଁ ମର୍ମନ୍ତୁଦ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୮

ପାଟଣା : ଘଟଗାଁ ଥାନା ୨୦ ନମ୍ବର ଜାତୀୟ ରାଜପଥର ବାଲିଯୋଡି ନିକଟ ମର୍ମନ୍ତୁଦ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୮ରେ ପହଞ୍ଚିଛି। ଏହାସହ ୧୨ ଜଣ ଆହତ ହୋଇ ଚିକିତ୍ସିତ ହେଉଛନ୍ତି।
ସୂଚନା ଯୋଗ୍ୟ, ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ପ୍ରଥମେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ସହ ୮ ଜଣ ଗୁରୁତର ବୋଲି ଜଣାପଡିଥିଲା। ଆହତମାନଙ୍କୁ ଘଟଗାଁ ମେଡିକାଲରେ ଭର୍ତ୍ତି କରାଯାଇଛି।
୨୦ ନମ୍ବର ଜାତୀୟ ରାଜପଥର ଘଟଗାଁ ଥାନା ବାଲିଯୋଡି ନିକଟରେ ଶୁକ୍ରବାର ସକାଳୁ ପର୍ଯ୍ୟଟକଙ୍କ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଭ୍ୟାନଟି ଟ୍ରକକୁ ପିଟିଥିବା କୁହାଯାଉଛି। ଗଞ୍ଜାମ ଦିଗପହଣ୍ଡି ଅଞ୍ଚଳର ପୋଡ଼ାମାରି ଗାଁର ୨ଟି ପରିବାରର ୨୦ ଜଣ ଲୋକ ଏକ ଭ୍ୟାନରେ ମା’ ତାରିଣୀଙ୍କ ଦର୍ଶନ ପାଇଁ ଆସୁଥିଲେ । ତେବେ ତାରିଣୀ ମନ୍ଦିରଠାରୁ ମାତ୍ର ତିନି କିଲୋମିଟର ପୂର୍ବରୁ ରାସ୍ତା କଡ଼ରେ ଛିଡା ହୋଇଥିବା ଏକ ଟ୍ରକ ସହିତ ଭ୍ୟାନର ଧକ୍କା ଦେଇଥିଲା ।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories