www.samajalive.in
Saturday, December 6, 2025
26.1 C
Bhubaneswar

ଅଟୋ ଓଲଟି ଜଣେ ଗୁରୁତର ; ଜଣେ ଆହତ

ପାଟଣା :କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ୨୨୦ ନମ୍ୱର ଜାତୀୟ ରାଜପଥ ମଲ୍ଲୀପଶି ନିକଟରେ ମଙ୍ଗଳବାର ପୂର୍ବାହ୍ନରେ ଏକ ଅଟୋ ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡି ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଅଟୋରେ ଥିବା ଦୁଇ ଜଣଙ୍କ ମଧ୍ୟରୁ ଜଣେ ଗୁରୁତର ଆହତ ହୋଇଥିବା ବେଳେ ଜଣେ ସାମାନ୍ୟ ଆହତ ହୋଇଛନ୍ତି। ଉଭୟଙ୍କୁ ଉଦ୍ଧାର କରାଯାଇ ୧୦୮ ଆମ୍ବୁଲାନ୍ସ ଯୋଗେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଉଭୟ କୁଆଖିଆ ଅଞ୍ଚଳର ବୋଲି ଜଣାପଡିଛି। ସୂଚନା ଅନୁଯାୟୀ ଅଟୋଟି କୁଆଖିଆରୁ କରଞ୍ଜିଆକୁ ପ୍ଲାଷ୍ଟିକ ସାମଗ୍ରୀ ପହଞ୍ଚାଇ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ଖବର ପାଇ ଘଟଣା ସ୍ଥଳରେ ପାଟଣା ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories