www.samajalive.in
Saturday, December 6, 2025
16.1 C
Bhubaneswar

ଟ୍ରକ ଧକ୍କାରେ ବାପା ଓ ପୁଅଙ୍କ ମୃତ୍ୟୁ ଖବର ପାଇ ହୃଦଘାତରେ ଦାଦା ମୃତ

ପାଟଣା: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ପିପିଳିଆ ଛକ ନିକଟରେ ୨୦ ନଂ ଜାତୀୟ ରାଜପଥରେ ଏକ ରଡ଼ ବୋଝେଇ ଟ୍ରକ ଧକ୍କାରେ ଘଟଣାସ୍ଥଳରେ ବାପ ପୁଅ ମୃତ୍ୟୁ ବରଣ କରିଥିବା ବେଳେ ଖବର ପାଇ ଗାଁରେ ସମ୍ପର୍କୀୟ ଦାଦା ହୃଦଘାତରେ ମୃତ୍ୟୁ ବରଣ କରିଛନ୍ତି । ଶୁକ୍ରବାର ସକାଳ ୭.୩୦ ସମୟରେ ସଦର ବ୍ଲକ ବାରିଗାଁରୁ ବାପା କାଣ୍ଡେ ମୁଣ୍ଡା (୫୩) ଓ ପୁଅ ଲକ୍ଷ୍ମଣ ମୁଣ୍ଡା (୩୨) ଏକ ସ୍କୁଟି ଯୋଗେ ବାଙ୍କପାଟୁଳୀ ସାପ୍ତାହିକ ହାଟକୁ ଆସୁଥିବା ବେଳେ ପିପିଳିଆ ଛକ ନିକଟରେ କେନ୍ଦୁଝର ପଟରୁ ଆସୁଥିବା ଏକ ରଡ଼ ବୋଝେଇ ଆଇଚର ଗାଡ଼ି ସ୍କୁଟିକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ବାପ ପୁଅ ଦୁଇ ଜଣ ମୃତ୍ୟୁ ବରଣ କରିଥିବା ବେଳେ ତାଙ୍କୁ ସଙ୍ଗେ ସଙ୍ଗେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦେଇଥିଲେ। ଏହି ଖବର ଗାଁରେ ପହଞ୍ଚିବା ପରେ (ବାରି ଗାଁରେ) ପୁଅର ସମ୍ପର୍କୀୟ ଦାଦା ସମରା ମୁଣ୍ଡା ( ୪୫) ହୃଦଘାତରେ ସେଇଠାରେ ଟଳି ପଡ଼ିଥିଲେ। ଘଟଣା ପରେ ଉତ୍ୟକ୍ତ ଲୋକ କ୍ଷତିପୁରଣ ଦାବିରେ ଜାତୀୟ ରାଜପଥକୁ ଅବରୋଧ କରିଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ପାଖପାଖି ଦିନ ୧୧ଟାରେ ରାସ୍ତା ଅବରୋଧ ପ୍ରତ୍ୟାହୃତ ହୋଇଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories