www.samajalive.in
Monday, December 15, 2025
27.1 C
Bhubaneswar

ମେ ୨୮ରେ ଆସିବ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ରାୟ

ବଲାଙ୍ଗୀର : ମେ ୨୮ ତାରିଖରେ ଆସିବ ବହୁଚର୍ଚ୍ଚିତ ପାଟଣାଗଡ ବୋମା ବିସ୍ଫୋରଣ ମାମଲାର ରାୟ । ଏହି ମାମଲାରେ ଆଜି ଶୁଣାଣି ହେବା ପରେ ରାୟ ସଂରକ୍ଷିତ ରଖିଛନ୍ତି ପାଟଣାଗଡ ଏଡିଜେ । ବୁଧବାର ପାଟଣାଗଡ ଏଡିଜେଙ୍କ କୋର୍ଟରେ ଶୁଣାଣି ସମୟରେ ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେର ଓ ତାଙ୍କ ପତ୍ନୀ ଉପସ୍ଥିତ ଥିଲେ । ତେବେ ତାଙ୍କୁ କି ଦଣ୍ଡ ମିଳିବ ତାହା ମେ ୨୮ରେ ଜଣାପଡିବ ।

କହିରଖୁଛୁ, ୨୦୧୮ ଫେବୃଆରୀ ୨୩ରେ ନବ ବିବାହିତ ସୌମ୍ୟଶେଖର ଓ ପତ୍ନୀ ରୀମା ବାହାଘର ଭୋଜିରେ ମିଳିଥିବା ଉପହାର ପାର୍ସଲ ଖୋଲୁଥିବାବେଳେ ବିସ୍ଫୋରଣ ଘଟିଥିଲା। ଘଟଣାସ୍ଥଳରେ ସୌମ୍ୟଶେଖରଙ୍କ ଜେଜେ ମା’ଙ୍କ ମୃତ୍ୟୁ ହୋଇଥିବାବେଳେ ଗୁରୁତର ଅବସ୍ଥାରେ ସୌମ୍ୟଶେଖର ଓ ରୀମାଙ୍କୁ ବଲାଙ୍ଗୀର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ସୌମ୍ୟଶେଖରଙ୍କ ମୃତ୍ୟ ହୋଇଥିଲା। ଘଟଣାର ତଦନ୍ତ କରି କ୍ରାଇମବ୍ରାଞ୍ଚ ପୁଞ୍ଜିଲାଲ ମେହେରଙ୍କୁ ୨୦୧୮ ଏପ୍ରିଲ ୨୫ ତାରିଖରେ ଗିରଫ କରିଥିଲା ।

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories