www.samajalive.in
Monday, December 8, 2025
27.1 C
Bhubaneswar

ସ୍ବାମୀ ଆଖି ସାମ୍ନାରେ ଚାଲିଗଲା ସ୍ତ୍ରୀର ଜୀବନ

ପଟାଙ୍ଗି : କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ଥାନା ଟାଙ୍ଗିଣି ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।  ଏକ ମୋଟର ସାଇକେଲ ଦୁର୍ଘଟଣାରେ ସ୍ଵାମୀ ଙ୍କ ଆଖି ସାମ୍ନାରେ ଚାଲିଯାଇଛି ତାଙ୍କ ସ୍ତ୍ରୀ ଙ୍କ ଜୀବନ। ମିଳିଥିବା ସୂଚନା ଅନୁସାରେ ଜୟପୁର ସେକେଣ୍ଡ ଡେଲି ମାର୍କେଟ ଅଞ୍ଚଳର ଜଗଦୀଶ କୁମାର ନିଜ ମୋଟରସାଇକେଲ ଯୋଗେ ଆନ୍ଧ୍ର ରାଜ୍ୟର ପାର୍ବତୀପୁରମ ଯାଇ ବୁଧବାର ନିଜ ଗାଁ ଜୟପୁରକୁ ଫେରୁଥିଲେ। ହେଲେ ବୁଲାଣି ରାସ୍ତାରେ ବାଇକଟି ଭାରସାମ୍ୟ ହରାଇ ଖସିପଡିଥିଲା। ଘଟଣାସ୍ଥଳରେ ସ୍ତ୍ରୀ ଜି.ପ୍ରମିଳା ଙ୍କର ମୃତ୍ୟୁ ଘଟିଛି। ଏହି ସମୟରେ ପଛରେ ଆସୁଥିବା ଅନ୍ୟ ସମ୍ପର୍କୀୟ ଘଟଣାସ୍ଥଳରୁ ପ୍ରମିଳା ଏବଂ ଦୁଇ ସନ୍ତାନ ଓ ସ୍ବାମୀ ଜଗଦୀଶ କୁମାରଙ୍କୁ ଉଦ୍ଧାର କରି ପଟ୍ଟାଙ୍ଗୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ରାତି ହୋଇଯାଇଥିବାରୁ ମୃତଦେହ ବ୍ୟବଚ୍ଛେଦ ହୋଇପାରିନାହିଁ। ଖବର ପାଇ ସ୍ଥାନୀୟ ପୋଲିସ ଏଏସ୍‌ ଆଇ ନରସିଂହ ଦୋରା ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣା ର  ତଦନ୍ତ ଆରମ୍ଭ କରିଛନ୍ତି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories