www.samajalive.in
Sunday, December 14, 2025
19.1 C
Bhubaneswar

ପାଟକୁରା ପାଇଁ ବିଜେଡ଼ି ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲ

ଭୁବନେଶ୍ବର : କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳ (ବିଜେଡ଼ି) ପକ୍ଷରୁ ସାବିତ୍ରୀ ଅଗ୍ରୱାଲଙ୍କୁ ପ୍ରାର୍ଥୀ କରାଯାଇଛି । ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ସୋମବାର ସନ୍ଧ୍ୟାରେ ଏ ନେଇ ଘୋଷଣା କରିଛନ୍ତି। ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରୱାଲଙ୍କ ବିୟୋଗ ପରେ ଏଠାରେ ନିର୍ବାଚନ ସ୍ଥଗିତ ରହିଛି।

ତେବେ ଆଜି ସମସ୍ତ କଳ୍ପନା ଜଳ୍ପନାର ଅବସାନ ଘଟାଇ ବିଜେଡ଼ି ପକ୍ଷରୁ ସ୍ବର୍ଗତ ବେଦ ପ୍ରକାଶ ଅଗ୍ରୱାଲଙ୍କ ପତ୍ନୀ ସାବିତ୍ରୀ ଅଗ୍ରୱାଲଙ୍କୁ ପ୍ରାର୍ଥୀ କରାଯିବା ନେଇ ଘୋଷଣା କରାଯାଇଛି । ଆସନ୍ତା ୧୯ ତାରିଖରେ ପାଟକୁରା ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯିବ। ନିର୍ବାଚନ ପ୍ରକ୍ରିୟା ଜାରି ରହିଥିବା ବେଳେ ବେଦ ପ୍ରକାଶ ଅଗ୍ରୱାଲଙ୍କ ପରଲୋକ ଯୋଗୁଁ କେବଳ ବିଜେଡିକୁ ହିଁ ପ୍ରାର୍ଥୀ ଦେବାକୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନିର୍ଦେଶ ଦିଆଯାଇଥିଲା।

- Advertisement -

ଗତ ବୁଧବାର ପାଟକୁରା ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ସାନି ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏଠାରେ ମେ’ ୧ ତାରିଖକୁ ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଧାର୍ଯ୍ୟ କରାଯାଇଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories