www.samajalive.in
Saturday, December 6, 2025
15.1 C
Bhubaneswar

ଶରଧାପୁରରେ ସଡକ ଦୁର୍ଘଟଣା ;୨ ବାଇକ୍ ମୁହାଁମୁହିଁ ଧକ୍କା ୪ ଗୁରୁତର

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ ତୁରୁମୁଙ୍ଗା ଥାନା ଶରଧାପୁର ନିକଟରେ ୨ଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୪ ଜଣ ଯୁବକ ଗୁରୁତର ହୋଇଛନ୍ତି । ଗୁରୁତ଼ର ମାନେ ହେଲେ ପାଟଣା ଥାନା ଟାଙ୍ଗରପଡ଼ା ବାଦୁଡ଼ିଘେରା ସାହିର ଚିତ଼ରଂଞ୍ଜନ ନାଏକ(୪୦), ଗୁଡ଼ୁ ନାଏକ(୨୨), ବୁଲୁ ନାଏକ(୨୫) ଓ ଟାଉନ ଥାନା ନେଲୁଙ୍ଗ ଗ୍ରାମର ସଞ୍ଜିତ୍ ନାଏକ(୨୩) ବୋଲି ଜଣାପଡିଛି । ଉଭୟ ବିପରୀତ଼ ଦିଗକୁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ସମସ୍ତ ଗୁରୁତରଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରି କେନ୍ଦୁଝର ମେଡିକାଲରେ ଭର୍ତ୍ତି କରିଛି । ତେବେ ସମସ୍ତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେଠାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ବୋଲି ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories