www.samajalive.in
Monday, December 8, 2025
13.1 C
Bhubaneswar

କାଜୁ ଗଛରୁ ପଡ଼ି ନାବାଳିକାର ମୃତ୍ୟୁ

ପାଟଣା : ପାଟଣା ଥାନା ଅଞ୍ଚଳ ସାହାରପଡ଼ା ବ୍ଲକ ଗୋଜିଟାଙ୍ଗିରୀ ଗ୍ରାମର ଜଣେ ୧୧ ବର୍ଷୀୟା ନାବାଳିକା ଗଛରେ ଚଢ଼ି କାଜୁ ତୋଳୁଥିବା ବେଳେ ଗଛରୁ ଖସି ପଡ଼ି ଗୁରୁତର ହୋଇପଡିଥିଲେ। ତାଙ୍କୁ ପ୍ରଥମେ କରଞ୍ଜିଆ ଡାକ୍ତରଖାନା ନିଆଯାଇ ଚିକିତ୍ସା କରାଯାଉଥିଲା। ତେବେ ତାଙ୍କ ଅବସ୍ଥା ଉଦବେଗଜନକ ଥିବାରୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇ ଚିକିତ୍ସା କରାଯାଇଥିଲା। ସେଠାରେ ତାହାର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।
ଏନେଇ ପାଟଣା ଥାନା ଅପମୃତ୍ୟୁ ମାମଲା ୩୧/୨୦୨୪ ମୂଳେ ସାହାରପଡ଼ା ଫାଣ୍ଡି ଅଧିକାରୀ ଭବାନୀ ଶଙ୍କର ବାଦି ଆଜି କେନ୍ଦୁଝର ଯାଇ ମୃତା ନାବାଳିକାର ମୃତଦେହ ବ୍ୟବଚ୍ଛେଦ କରାଇବା ସହ ମରଶରୀର ତାଙ୍କ ପରିବାରକୁ ହସ୍ତାନ୍ତର କରିଛନ୍ତି। ମୃତ ନାବାଳିକା ଜଣକ ଗୋଜିଟାଙ୍ଗିରୀ ଗ୍ରାମର କେଶବ ଚନ୍ଦ୍ର ମହାନ୍ତଙ୍କ ଝିଅ ଅନିତା ମହାନ୍ତ(୧୧) ବୋଲି ଜଣାପଡିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories