www.samajalive.in
Monday, December 15, 2025
15.1 C
Bhubaneswar

ଭାରସାମ୍ୟ ହରାଇ ଓଲଟିଲା କାର, ଅଳ୍ପକେ ବର୍ତ୍ତିଲେ ଡାକ୍ତର

ପାଟଣା: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ୨୦ ନମ୍ବର ଜାତୀୟ ରାଜପଥର ଢେଙ୍କିକୋଟ ଭାରତ ପେଟ୍ରୋଲ ପମ୍ପ ନିକଟରେ ଭୁବନେଶ୍ୱରରୁ କେନ୍ଦୁଝର ଅଭିମୁଖେ ଯାଉଥିବା ଏକ କାର ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। କାରଟି ବୁଲା ଗୋରୁ ଙ୍କୁ ରକ୍ଷା କରିବାକୁ ଯାଇ ୪ ଲେନ ରାସ୍ତାର ଗୋଟିଏ ପାର୍ଶ୍ୱରୁ ଅନ୍ୟ ପାର୍ଶ୍ବରେ ଯାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ କାରରେ ଥିବା କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଅସ୍ଥିଶଲ୍ୟ ବିଶେଷଜ୍ଞ ଡ଼ାକ୍ତର ତନ୍ମୟ ମଲିକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ କାରକୁ ଜବତ କରିଛି। ଅନ୍ୟ ଏକ କାର ଯୋଗେ ଡାକ୍ତର ଗନ୍ତବ୍ୟ ସ୍ଥଳ କେନ୍ଦୁଝର ଯାଇଥିବା ଜଣାପଡିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories