www.samajalive.in
Sunday, December 14, 2025
23.1 C
Bhubaneswar

ବାଇକ ଧକ୍କାରେ ବୃଦ୍ଧ ଓ ବାଇକ୍ ଚାଳକ ଗୁରୁତର

ପାଟଣା: ୨୨୦ ନଂ ଜାତୀୟ ରାଜପଥ ପାଟଣା ଥାନା ଅନ୍ତର୍ଗତ ମଲ୍ଲୀପଶି ଠାରେ ବାଇକ ଧକ୍କାରେ ବୃଦ୍ଧ ଗୁରୁତର ହେବା ସହିତ ବାଇକ୍ ଚାଳକ ମଧ୍ୟ ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ ମଲିପଶି ଗ୍ରାମର ଧନେଶ୍ୱର ନାଏକ(୭୦) ମଲିପଶି ବଜାରକୁ ଚାଲି ଚାଲି ଯାଉଥିବା ବେଳେ କରଂଜିଆ ଥାନାରେ କାର୍ଯ୍ୟରତ ଓଏସ୍ ପି କନେଷ୍ଟବଳ ଘଟଗାଁ ଥାନା ଅନ୍ତର୍ଗତ ବରାହଟିପୁ୍ରା ଗ୍ରାମର ସୁନିଲ କୁମାର ସେଠୀ(୨୪) କରଞ୍ଜିଆ ଥାନାକୁ ନିଜ ବାଇକରେ ଯାଉଥିବା ବେଳେ ବୃଦ୍ଧ ଜଣଙ୍କୁ ପଛ ପଟୁ ଶକ୍ତ ଧକ୍କା ଦେବା ସହ ନିଜେ ରାସ୍ତା କଡ ଖୁଣ୍ଟିରେ ପିଟି ହୋଇ ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ଉଭୟଙ୍କୁ ପାଟଣା ଅଗ୍ନିଶମ ବାହିନୀ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିବା ବେଳେ ବୃଦ୍ଧଙ୍କ ମୁଣ୍ଡରେ ଓ ଗୋଡ଼ରେ ଗଭୀର ଆଘାତ ଲାଗିଥିବା ବେଳେ ଚାଳକ ଜଣଙ୍କ ର ମୁହଁ ରେ ଆଘାତ ଲଗିଛି। ପାଟଣା ପୁଲିସ ଦୁର୍ଘଟଣା ଗ୍ରସ୍ତ ବାଇକକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଉଭୟଙ୍କୁ ଅଧିକ ଚିକିତ୍ସା ପାଇଁ କେନ୍ଦୁଝର ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories