www.samajalive.in
Sunday, December 14, 2025
19.1 C
Bhubaneswar

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ଜଣେ ମୃତ, ୨ ଗୁରୁତର

ପାଟଣା : କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥର ଢେଙ୍କିକୋଟ ପାଟଣା ରାସ୍ତାର କପାସପଡା ନିକଟରେ ଶନିବାର ସଂନ୍ଧ୍ୟାରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣେ ଯୁବକର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ମୂଷାଖୋରୀ ପଞ୍ଚାୟତ ଅନ୍ତର୍ଗତ ରଥପଡା ଗ୍ରାମର ତ୍ରିଲୋଚନ ମହାନ୍ତଙ୍କ ଏକ ମାତ୍ର ସନ୍ତାନ  ସୁଦର୍ଶନ ମହାନ୍ତ ଓରଫ ଦିଲିପା(୧୭) ବୋଲି ଜଣାପଡିଥିବାବେଳେ ଗୁରୁତରମାନେ ହେଲେ ପାଟଣା ଥାନା ସାଧୁପଡା ଗ୍ରାମର ଘନଶ୍ୟାମ ମହାନ୍ତ ଓ କରଞ୍ଜିଆ ଅଞ୍ଚଳର ବୀରକିଶୋର ମାଟିଆ ବୋଲି ଜଣାପଡିଛି।
ଗୁରୁତର ଦୁଇ ଜଣଙ୍କୁ ପ୍ରଥମେ ଘଟଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।  ଅବସ୍ଥା ଅଧିକ ଗୁରୁତର ଥିବାରୁ ସେଠାରୁ ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତରିତ କରାଯାଇଛି। ଢେଙ୍କିକୋଟ ପୁଲିସ ଘଟଣାର ତଦନ୍ତ କରିଛି। କରଞ୍ଜିଆରୁ ଆସୁଥିବା ବୀରକିଶୋର ମାଟିଆ ଙ୍କ ପଲସର ବାଇକ ସହ ଢେଙ୍କିକୋଟ ହାଟରୁ ଗାଁ କୁ ଫେରୁଥିବା ଘନଶ୍ୟାମ ଙ୍କ ବାଇକ ସହ ମୁହାଁମହିଁ ଧକ୍କା ହୋଇଥିଲା।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories