www.samajalive.in
Monday, December 8, 2025
27.1 C
Bhubaneswar

ଗଛକୁ ପିଟିଲା ବୋଲେରୋ, ଚାଳକ ମୃତ

ପାଟଣା : ଗତରାତି ପାଖା ପାଖି ସାଢ଼େ ୮ଟା ସମୟରେ ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ସାନ୍ତରାପୁର ଅସୁରବାହାଳି ସାହି ନିକଟରେ ଏକ ବୋଲେରୋ ଗଛରେ ପିଟି ହୋଇ ଦୁର୍ଘଟଣା ଗ୍ରସ୍ଥ ହୋଇଥିଲା। ଦୁର୍ଘଟଣାରେ ଏହାର ଚାଳକ ସାନ୍ତରାପୁର ଗ୍ରାମର ଦିଲ୍ଲୀପ ବେହେରା (୨୮)ଗୁରୁତର ହୋଇ ଘଟଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ନିଆଯାଇଥିବାବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଏନେଇ ଘଟଗାଁ ଥାନାରେ ଏକ ମାମଲା ରୁଜୁ କରାଯିବା ପରେ ଢେଙ୍କିକୋଟ ଫାଣ୍ଡି ଏଏସଆଇ ସୁରଥ ଚନ୍ଦ୍ର ଦେହୁରୀ ଘଟଣାର ତଦନ୍ତ କରିବା ସହ ଆଜି ମୃତକ ବୋଲେରୋ ଚାଳକଙ୍କ ମୃତଦେହ ବ୍ୟବଚ୍ଛେଦ କରିଥିଲେ। ଏହାପରେ ତାମୃତଦେହକୁ ତାଙ୍କ ପରିବାରକୁ ହସ୍ତାନ୍ତର କରିଥିଲେ। ଦୁର୍ଘଟଣା ଗ୍ରସ୍ଥ ବୋଲେରୋକୁ ପୁଲିସ ଜବତ କରିଛି।

Hot this week

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

Related Articles

Popular Categories