www.samajalive.in
Monday, December 15, 2025
17.1 C
Bhubaneswar

ଟ୍ରକ ପଛରେ ଧକ୍କା ଦେଲା ଟ୍ରକ, ଚାଳକ ଗୁରୁତର

ପାଟଣା: କେନ୍ଦୁଝର ଜିଲ୍ଲା ତୁରୁମୁ୍ଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥରର ଧନୁର୍ଜୟପୁର ନିକଟରେ ଆଜି ସକାଳ ପାଖାପାଖି ୬ଟା ସମୟରେ ଏକ ଟ୍ରକ ଅନ୍ୟ ଏକ ଟ୍ରକ ପଛରେ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରକର ସମ୍ମୁଖ ଭାଗ ଚୁରମାର ହୋଇଯାଇଥିବା ବେଳେ ଚାଳକ ଜଣଙ୍କ ଟ୍ରକ ଭିତରେ ଚାପି ହୋଇ ଯାଇଥିଲେ। ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଟ୍ରକ ଭିତରୁ ଚାଳକକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ତାଙ୍କୁ ଖିରେଇଟାଙ୍ଗିରୀ ଟୋଲ୍ ଗେଟ୍ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।‌ ଗୁରୁତର ଟ୍ରକ ଚାଳକ ପାଲଲହଡା ପରା ଅଞ୍ଚଳର ଦିଲିପ୍ କୁମାର ସାହୁ ବୋଲି ଜଣାପଡିଛି। ତାଙ୍କ ଅବସ୍ଥା ଗୁରୁତର ରହିଛି। ଉଭୟ ଗାଡି କେନ୍ଦୁଝରରୁ ତୁରୁମୁ୍ଙ୍ଗା ଅଭିମୁଖେ ଆସୁଥିବା ବେଳେ ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories