www.samajalive.in
Monday, December 8, 2025
20.1 C
Bhubaneswar

ଗ୍ୟାସ ଚୁଲାରୁ ନିଆଁ ଲାଗି ଜଳିଗଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ 

ପାଟଣା: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପଞ୍ଚାୟତ ନିକଟରେ ଭଡ଼ାଘରେ ରହୁଥିବା ସୁଶାନ୍ତ କୁମାର ସାହୁ ଙ୍କ ରୋଷେଇ ଘରେ ଆଜି କୈାଣସି କାରଣରୁ ଗ୍ୟାସ ସିଲିଣ୍ଡର ରେ ନିଆଁ ଲାଗି ଯାଇଥିଲା।‌ ଘର ଭିତରେ ନିଆଁ ଏତେ ମାତ୍ରାରେ ବ୍ୟାପୀ ଯାଇଥିଲା ଯେ ଘର ଭିତରେ ଥିବା ସମସ୍ତ ଆସବାବପତ୍ର ନିଆଁ ଲାଗି ଜଳିବାକୁ ଲାଗିଥିଲା । ସ୍ଥାନୀୟ ଲୋକେ ନିଆଁ ଲିଭାଇବାକୁ ଚେଷ୍ଠା କରିଥିଲେ ମଧ୍ୟ ଘଟଗାଁ ଅଗ୍ନିଶମ ବାହିନୀ କୁ ଖବର ଦେଇଥିଲେ।
ଖବର ପାଇ ତୁରନ୍ତ ଘଟଗାଁ ଅଗ୍ନିଶମ କେନ୍ଦ୍ରାଧିକାରୀ ପୂର୍ଣ୍ଣ ଚନ୍ଦ୍ର ପଣ୍ଡା, ଆଗ୍ନିକ ଜ୍ବତିସ ଚନ୍ଦ୍ର ମୁଦୁଲି, ରଞ୍ଜନ କୁମାର ଚିନାରା ଓ ରମେଶ ଚନ୍ଦ୍ର ମାରାଣ୍ଡି ପହଞ୍ଚି ମେକାନିକାଲ ଫୋମ୍ ବ୍ୟବହାର କରି ନିଆଁକୁ ଆୟତ କରିଥିଲେ । ତେବେ ସଠିକ ସମୟରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିବାରୁ ଏକ ବଡ ଦୁର୍ଘଟଣାରୁ ବର୍ତ୍ତି ଯାଇଛି।‌

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories