www.samajalive.in
Monday, December 15, 2025
16.1 C
Bhubaneswar

ଗ୍ୟାସ ଚୁଲାରୁ ନିଆଁ ଲାଗି ଜଳିଗଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ 

ପାଟଣା: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପଞ୍ଚାୟତ ନିକଟରେ ଭଡ଼ାଘରେ ରହୁଥିବା ସୁଶାନ୍ତ କୁମାର ସାହୁ ଙ୍କ ରୋଷେଇ ଘରେ ଆଜି କୈାଣସି କାରଣରୁ ଗ୍ୟାସ ସିଲିଣ୍ଡର ରେ ନିଆଁ ଲାଗି ଯାଇଥିଲା।‌ ଘର ଭିତରେ ନିଆଁ ଏତେ ମାତ୍ରାରେ ବ୍ୟାପୀ ଯାଇଥିଲା ଯେ ଘର ଭିତରେ ଥିବା ସମସ୍ତ ଆସବାବପତ୍ର ନିଆଁ ଲାଗି ଜଳିବାକୁ ଲାଗିଥିଲା । ସ୍ଥାନୀୟ ଲୋକେ ନିଆଁ ଲିଭାଇବାକୁ ଚେଷ୍ଠା କରିଥିଲେ ମଧ୍ୟ ଘଟଗାଁ ଅଗ୍ନିଶମ ବାହିନୀ କୁ ଖବର ଦେଇଥିଲେ।
ଖବର ପାଇ ତୁରନ୍ତ ଘଟଗାଁ ଅଗ୍ନିଶମ କେନ୍ଦ୍ରାଧିକାରୀ ପୂର୍ଣ୍ଣ ଚନ୍ଦ୍ର ପଣ୍ଡା, ଆଗ୍ନିକ ଜ୍ବତିସ ଚନ୍ଦ୍ର ମୁଦୁଲି, ରଞ୍ଜନ କୁମାର ଚିନାରା ଓ ରମେଶ ଚନ୍ଦ୍ର ମାରାଣ୍ଡି ପହଞ୍ଚି ମେକାନିକାଲ ଫୋମ୍ ବ୍ୟବହାର କରି ନିଆଁକୁ ଆୟତ କରିଥିଲେ । ତେବେ ସଠିକ ସମୟରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିବାରୁ ଏକ ବଡ ଦୁର୍ଘଟଣାରୁ ବର୍ତ୍ତି ଯାଇଛି।‌

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories