www.samajalive.in
Sunday, December 14, 2025
16.1 C
Bhubaneswar

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରଜତ ଜୟନ୍ତୀ, ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା 

ପାଟଣା : ପାଟଣା ବ୍ଲକ ଅନ୍ତର୍ଗତ ତୁରୁମୁଙ୍ଗା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ରଜତ ଜୟନ୍ତୀ ସମାରୋହ ଦ୍ଵିତୀୟ ଦିନର ପ୍ରଥମ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସମାରୋହରେ ସଭାପତି ଭାବରେ ପ୍ରଦୀପ କୁମାର ସାହୁ ଅଧ୍ୟକ୍ଷତା କରିଥିଲେ । ମୁଖ୍ୟ ଅତିଥି ଭାବରେ ଅବସର ପ୍ରାପ୍ତ ଶିକ୍ଷକ ପୂର୍ଣ୍ଣ ଚନ୍ଦ୍ର ରାଉତ , ସମ୍ମାନୀତ ଅତିଥି ଅବସରପ୍ରାପ୍ତ ନିର୍ମଳ ଚନ୍ଦ୍ର ସାହୁ , ଦେବରାଜ ପ୍ରଧାନ ,ମୁଖ୍ୟବକ୍ତା ଭାବେ ବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି କୈବଲ୍ୟ ଚରଣ ସାହୁ ଯୋଗ ଦେଇଥିଲେ । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଚିତ୍ତରଞ୍ଜନ ମହାନ୍ତ ଅତିଥିଙ୍କ ପରିଚୟ ପ୍ରଦାନ କରିଥିଲେ । ଏହି ଅବସରରେ ତୁରୁମୁଙ୍ଗା ସଙ୍କୁଳର ସମସ୍ତ ପ୍ରଧାନ ଆଚାର୍ଯ୍ୟ ଓ ଆଚାର୍ଯ୍ୟା ଏବଂ ବିଦ୍ୟାଳୟର ଗୁରୁଜୀ ଗୁରୁମା ମାନଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଦ୍ଵିତୀୟ ଅଧିବେଶନରେ ସଭାପତି ଭାବେ ପ୍ରଦୀପ କୁମାର ସାହୁ , ମୁଖ୍ୟ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା,ସମ୍ମାନୀତ ଅତିଥି ମାନ୍ୟବର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ , କୋରେଇ ବିଧାୟକ ଆକାଶ ଦାଶ ନାୟକ ,ମୁଖ୍ୟବକ୍ତା ଭାବେ ଶିଶୁ ସାହିତ୍ୟିକ ଡକ୍ଟର ରାମଚନ୍ଦ୍ର ନାୟକ ଯୋଗ ଅଭିଭାଷଣ ପ୍ରଦାନ କରିଥିଲେ । ମୁଖ୍ୟ ଅତିଥି ପ୍ରଭାତୀ ପରିଡ଼ାଙ୍କ କରକମଳରେ ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସ୍ମରଣିକା “ ଜାଗୃତି “ର ଶୁଭ ଉନ୍ମୋଚନ ହୋଇଯାଇଛି। ଉକ୍ତ ଉତ୍ସବରେ କୈବଲ୍ୟ ଚରଣ ସାହୁ ସଂଯୋଜନା କରିଥିଲେ । କୃତୀ ପ୍ରତିଭା ମାନଙ୍କୁ ମୁଖ୍ୟ ଅତିଥି ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ । ସଭା ଶେଷରେ ବିଦ୍ୟାଳୟର ଶିଶୁଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ସମସ୍ତ ଗୁରୁଜୀ ଗୁରୁମା ସେବକ ସେବିକା ମାନଙ୍କ ସହଯୋଗରେ ସଫଳ ହୋଇଥିଲା ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories