www.samajalive.in
Sunday, December 7, 2025
13.1 C
Bhubaneswar

ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାତ୍ରପୁର : ଜରଡ଼ା ଥାନା ସପଙ୍ଗ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ତେନ୍ତୁଳି ଗଛରୁ ପୁଲିସ ଉଦ୍ଧାର କରିଛି।  ଯୁବକ ଜଣକ ସେହି ଗ୍ରାମର ଟୁନା ନାଇକ ( ୨୫) ବର୍ଷ ବୋଲି ଜଣା ପଡିଛି। ଟୁନା ଗତ କିଛି ଦିନ ହେଲା କୌଣସି କାରଣରୁ ନିଶାସକ୍ତ ଅବସ୍ଥାରେ ଗ୍ରାମରେ ବୁଲୁଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଘର ବାରି ପଟେ ଥିବା ଏକ ତେନ୍ତୁଳି ଗଛରେ ବେକରେ ରଶି ଦେଇ ଆତ୍ମ ହତ୍ୟା କରିଥିବା ଜଣାପଡିଥିଲା।  ଗ୍ରାମବାସୀ ବୁଧବାର ସକାଳୁ ଟୁନା ଆତ୍ମ ହତ୍ୟା କରିଥିବା ଦେଖିବାକୁ ପାଇ ଜରଡା ପୁଲିସକୁ ଖବର ଦେଇଥିଲେ। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଇଥିବା ଜଣାପଡ଼ିଛି। ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories