www.samajalive.in
Monday, December 15, 2025
16.1 C
Bhubaneswar

ସାପ କାମୁଡାରେ ଜଣେ ମୃତ

ପାତ୍ରପୁର: ପାତ୍ରପୁର ବ୍ଳକ ଗୁଣ୍ଡୁରା ପଞ୍ଚାୟତ ସୁନାଖଳା ଗ୍ରାମରେ ସାପ କାମୁଡାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଏହି ଗ୍ରାମର ଦଣ୍ଡାସି କବିଚନ୍ଦ୍ର ବୋଲି ଜଣା ପଡିଛି। ସେ ଘରେ ଶୋଇଥିବା ସମୟରେ ଏକ ବିଷଧର ସାପ ତାଙ୍କୁ କାମୁଡି ଦେଇଥିଲା। ପରିବାର ଲୋକେ ଏହା ଜାଣିବା ପରେ ତୁରନ୍ତ ଗୁରୁତର ଅବସ୍ଥାରେ ଚିକିଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ସଂକଟାପନ୍ନ ହେବାରୁ ବ୍ରହ୍ମପୁର ସ୍ଥାନାନ୍ତରିତ କରାଯାଇଥିଲା। ବ୍ରହ୍ମପୁରରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତଦେହ ବ୍ୟବଚ୍ଛେଦ ପରେ ମରଶରୀର ଗ୍ରାମକୁ ଅଣାଯାଇଥିଲା। ଶୋକାକୁଳ ପରିବେଶ ଭିତରେ ତାଙ୍କର ମୃତଦେହ ସତ୍କାର କରାଯାଇଛି।

Hot this week

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

Related Articles

Popular Categories