www.samajalive.in
Monday, December 15, 2025
15.1 C
Bhubaneswar

ନଦୀ ଗଣ୍ଡରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ପାତ୍ରପୁର: ଜରଡ଼ା ଥାନା ତଣ୍ଡିପୁର ପଞ୍ଚାୟତ ହରିଚନ୍ଦନପୁର ଗ୍ରାମ ନିକଟ ନଦୀରୁ ପୁଲିସ ଏକ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ଆଜି ଗ୍ରାମ ପାର୍ଶ୍ଵ ଦେଇ ପ୍ରବାହିତ ବଗୀ ନଦୀ ବରଗଛ ପାର୍ଶ୍ଵରେ ଥିବା ଗଣ୍ଡରେ ଏକ ମୃତଦେହ ଭାସୁଥିବା ଲୋକମାନେ ଦେଖି ଥିଲେ। ଏହା ପରେ ଘଟଣା ସମ୍ପର୍କରେ ପୁଲିସ କୁ ଜଣାଇ ଥିଲେ। ଖବର ପାଇ ଖାରିଆ ଗୁଡ଼ା ପୁଲିସ ଘଟଣାସ୍ଥଳରେ ପହଞ୍ଚିବା ସହିତ ପାଣିରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଇଥିଲା। ମୃତକ ଯୁବକଙ୍କ ପରିଚୟ ମିଳି ପାରିନାହିଁ। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories