www.samajalive.in
Saturday, December 13, 2025
21.1 C
Bhubaneswar

ଧାନଖଳାରେ ଲାଗିଲା ନିଆଁ, ଅମଳ ଧାନ ପୋଡ଼ି ପାଉଁଶ

ପାତ୍ରପୁର:ପାତ୍ରପୁର ତହସିଲ କେଶରୀପଡ଼ା ଗ୍ରାମ ନିକଟରେ ଅମଳ ହୋଇଥିବା ଧାନଗଦାରେ ବୁଧବାର ରାତିରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଧାନ ପୋଡ଼ି ପାଉଁଶ ହୋଇଯାଇଛି। ମେସିନ ଦ୍ବାରା ଧାନ ଅମଳ କରି ଏହି ଗ୍ରାମର ବି ଅଘୋରି, ରାବଡା ଆପାରାଓ, ରାବଡା ମାଧବ ରାଓ, ଏମ ଆନନ୍ଦ ରାଓ, ବି ଚନ୍ଦ୍ରମା ଓ ଏମ ପାପାରାଓ ପ୍ରମୁଖ ପ୍ରାୟ ଦେଢ଼ଶହ ବସ୍ତାରୁ ଉର୍ଦ୍ଧ ଧାନ ଗଦା କରି ରଖିଥିଲେ।

ବୁଧବାର ରାତିରେ ଧାନଗଦା ଜଳୁଥିବା ଗ୍ରାମବାସୀ ଜାଣିପାରି ନିଆଁକୁ ଲିଭାଇବା ପାଇଁ ଉଦ୍ୟମ କରିବା ସହ ଦମକଳ କେନ୍ଦ୍ରକୁ ଖବର ଦେଇଥିଲେ। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ଯ ଧାନ ପୋଡ଼ି ଯାଇଥିବାରୁ ଚାଷୀମାନେ ସମ୍ପୂର୍ଣ୍ଣ ରୂପେ ଭାଙ୍ଗି ପଡିଛନ୍ତି। ଖବର ପାଇ ରାଜସ୍ବ ବିଭାଗ ଘଟଣା ସ୍ଥଳରେ ପହଞ୍ଚି କ୍ଷୟକ୍ଷତି ଆକଳନ କରିଥିବା ବେଳେ ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ କରିବା ପାଇଁ ଦାବୀ କରିଛନ୍ତି।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories