www.samajalive.in
Monday, December 15, 2025
24.1 C
Bhubaneswar

ବାଇକ୍ ଦୁର୍ଘଟଣାରେ ଜଣେମୃତ, ଜଣେ ଗୁରୁତର

ପାତ୍ରପୁର: ପାତ୍ରପୁର କଲୁହା ରାସ୍ତାର ସପଙ୍ଗ ନିକଟରେ ବାଇକ୍ ଦୁର୍ଘଟଣାରେ ଜଣକର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହାତ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣକ ଆନ୍ଧ୍ର ପ୍ରଦେଶ ରେଖାଦେଇପୁର ଗ୍ରାମର କେ.ଭାସ୍କର (୧୮) ଓ ଗୁରୁତର ଜଣକ ହେଲେ ପି. ସୁରେଶ (୨୨) ବୋଲି ଜଣା ପଡ଼ିଛି। ରେଖାଦେଇପୁର ଗ୍ରାମର କିଛି ବ୍ୟକ୍ତି ଚିକିଟି ବ୍ଳକ କେ. ନୂଆଗାଁ ଭୋଜିରେ ଯୋଗ ଦେଇ ଫେରୁଥିବା ବେଳେ ସପଙ୍ଗ ନିକଟରେ ବାଇକ୍‌ଟି ଭାରସାମ୍ୟ ହରାଇ ଦୁର୍ଘଟଣା ହୋଇଥିଲା। ପଛରେ ଆସୁଥିବା ବ୍ୟକ୍ତିମାନେ ଉଭୟଙ୍କୁ ଉଦ୍ଧାର କରି ପାତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଇଥିଲେ। ତେବେ ଭାସ୍କରଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଥିବା ସୁରେଶଙ୍କୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ସ୍ଥାନାନ୍ତରୀତ କରାଯାଇଛି। ଜରଡ଼ା ପୁଲିସ୍ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଥିବା ବେଳେ ମୃତ ଯୁବକଙ୍କୁ ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜରଡା ଥାନା ଅଧିକାରୀ ଭବାନନ୍ଦ ପ୍ରଧାନ ସୂଚନା ଦେଇଛନ୍ତି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories