www.samajalive.in
Wednesday, December 10, 2025
16.1 C
Bhubaneswar

ମହିଳା ଚାଷୀଙ୍କୁ ମାଣ୍ଡିଆ ବିହନ ବଣ୍ଟନ

ପାଟଣା : ପାଟଣା ବ୍ଲକ ଅଞ୍ଚଳରେ କାର୍ଯ୍ୟରତ ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ପିକକ ପକ୍ଷରୁ ଏଇଆଇଏନ ସହଯୋଗରେ ପୁଷ୍ଟି ଜାତୀୟ ମାଣ୍ଡିଆ ଚାଷ ପାଇଁ ଚାଷୀଙ୍କୁ ପ୍ରୋତ୍ସାହନ ଯୋଗାଇ ଦିଆଯାଉଛି । ପିକକର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ଅନୁରାଧା ମହାନ୍ତି ଓ ସମ୍ପାଦକ ରଞ୍ଜନ କୁମାର ମହାନ୍ତିଙ୍କ ପରୋକ୍ଷ ତତ୍ୱବାଧାନରେ ପିକକର ଜିଲ୍ଲା ସଂଯୋଜକ ସତ୍ୟ ନାରାୟଣ ମହାନ୍ତ କାର୍ଯ୍ୟକ୍ରମକୁ ଆଗେଇ ନେଇଛନ୍ତି ।
ଏହି ପର୍ଯ୍ୟାୟରେ ଶ୍ରୀ ମହାନ୍ତ ଓ ତାଙ୍କ ଦଳ ପାଟଣା ବ୍ଲକର ୧୦ଟି ପଞ୍ଚାୟତର ୨୫ଟି ଗ୍ରାମର ୨୫୦ ଜଣ ମହିଳା ଚାଷୀଙ୍କୁ ବିଶୋଧିତ ମାଣ୍ଡିଆ ବିହନ ପ୍ୟାକେଟ ବିତରଣ କରିଛନ୍ତି । ଏହି ଚାଷରୁ ଲାଭ ଓ ଉପାଦେୟତା ଉପରେ ବଛା ବଛା ୪୦ ଜଣ ମହିଳାଙ୍କୁ ସ୍ୱତନ୍ତ୍ର ପ୍ରଶିକ୍ଷଣ ପ୍ରଦାନ କରାଯାଇଛି ।

Hot this week

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

ଓଡ଼ିଶା ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆରମ୍ଭ

କଟକ: କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମ୍‌ରେ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ...

ବୁଧବାର ରାଶିଫଳ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ପାଇବେ ଏହି ଦୁଇ ରାଶି

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ସୁଖଦାୟକ ହେବ। କର୍ମ କ୍ଷେତ୍ରରୁ...

Related Articles

Popular Categories