www.samajalive.in
Saturday, December 13, 2025
27.1 C
Bhubaneswar

ପେଗାସସ୍ ବାବଦରେ ସାମାଜିକ ଗଣମାଧ୍ୟମରେ ବିତର୍କ ନ ହେଉ: ସର୍ବୋଚ୍ଚ ନ୍ୟାୟାଳୟ

ନୂଆଦିଲ୍ଲୀ: ପେଗାସସ୍ ଗୁଇନ୍ଦା କାର୍ଯ୍ୟର ସ୍ବାଧୀନ ତଦନ୍ତ ନିର୍ଦେଶ ନିବେଦନ କରି ଦାୟର ଜନସ୍ବାର୍ଥ ମାମଲାଗୁଡିକ ଉପରେ ସର୍ବୋଚ୍ଚ ନ୍ୟାୟାଳୟ ଶୁଣାଣି କରିଛନ୍ତି। ମଙ୍ଗଳବାର ପ୍ରଧାନ ବିଚାରପତି ଏନଭି ରମଣାଙ୍କ ନେତୃତ୍ବ ପୀଠ ଏହି ବିବାଦକୁ ନେଇ ସାମାଜିକ ଗଣମାଧ୍ୟମରେ ବିତର୍କ ନ କରିବାକୁ ଆବେଦନକାରୀଙ୍କୁ କହିଛନ୍ତି। ଅନ୍ୟପଟେ ପେଗାସସ୍ ଗୁଇନ୍ଦା କାର୍ଯ୍ୟ ସମ୍ପର୍କରେ ପୂର୍ବରୁ ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କ ଠାରୁ ଜବାବ ଲୋଡିଥିଲେ। ମାତ୍ର ସରକାର ଜବାବ ଦାଖଲ ଲାଗି ଅଧିକ ସମୟ ଲୋଡିବାରେ ଶୁଣାଣିକୁ ଅଗଷ୍ଟ ୧୬ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିଲା। ଆବେଦନକାରୀ ବରିଷ୍ଠ ସାମ୍ବାଦିକ ଏନ ରାମଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ କରିଥିବା ବରିଷ୍ଠ ଓକିଲ କପିଲ ସିବଲ ଅଦାଲତଙ୍କୁ କହିଥିଲେ ଯେ ତାଙ୍କ ମହକିଲଙ୍କୁ ସାମାଜିକ ଗଣମାଧ୍ୟମରେ ଟ୍ରୋଲ୍‌ (ପିଛା) କରାଯାଉଛି।

Hot this week

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

Related Articles

Popular Categories