ଇଟାନଗର: ବିଜେପି ନେତା ପେମା ଖାଣ୍ଡୁ ପୁଣି ଥରେ ଅରୁଣାଚଳପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଗୁରୁବାର ରାଜ୍ୟପାଳ କେ.ଟି. ପରନାଇକ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ଅନ୍ୟ ନେତାମାନଙ୍କ ଉପସ୍ଥିତିରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ସେହିପରି ଚାଓନା ମୀନ୍ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଖାଣ୍ଡୁଙ୍କ ସହ ୧୧ ଜଣ ବିଧାୟକ ମଧ୍ୟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଗତକାଲି ପେମା ଖାଣ୍ଡୁ ସର୍ବସମ୍ମତିକ୍ରମେ ବିଜେପି ବିଧାୟକ ଦଳ ନେତା ନିର୍ବାଚିତ ହୋଇଥିଲେ।



