www.samajalive.in
Sunday, December 14, 2025
23.1 C
Bhubaneswar

ଭତ୍ତା ଓ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟାଦେଶ ବଣ୍ଟନ

ଚୌଦ୍ୱାର : ଟାଙ୍ଗୀ-ଚୌଦ୍ୱାର ବ୍ଲକ୍ କୟଳପଡ଼ା ପଞ୍ଚାୟତରେ ହିତାଧିକାରୀଙ୍କୁ ନୂତନ ଭତ୍ତା ଓ ପ୍ରଧାନମନ୍ତ୍ରୀ ଆବାସ ପାଇଁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି । ଏହି ଉପଲକ୍ଷେ ପଞ୍ଚାୟତ ସଭାଗୃହରେ ଆୟୋଜିତ କାର୍ଯ୍ୟକ୍ରମରେ ବିଧାୟକ ସୌଭିକ ବିଶ୍ୱାଳ ଅତିଥି ଭାବେ ଯୋଗଦେଇ ମୋଟ ୫୫ଜଣଙ୍କୁ ବାର୍ଦ୍ଧକ୍ୟ, ବିଧବା ତଥା ଭିନ୍ନକ୍ଷମ ଭତ୍ତା ଓ ୪୦ ଜଣଙ୍କୁ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ । ଜିଲା ପରିଷଦ ସଦସ୍ୟା ଜ୍ୟୋତ୍ସ୍ନାରାଣୀ ସୁବୁଦ୍ଧିରାୟ, ସରପଞ୍ଚ ଶୈଳଭାମା ନାୟକ, ସମିତି ସଭ୍ୟା ବନ୍ଦନା ସ୍ୱାଇଁ, ନାଏବ ସରପଞ୍ଚ ମାଧବାନନ୍ଦ ସେଠୀ, ସୁଧାକର ନାୟକ, ପିତାମ୍ବର ନାୟକଙ୍କ ସମେତ ବହୁ ସ୍ଥାନୀୟ ନାଗରିକ ଓ ଦଳୀୟ କର୍ମୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି ଅବସରରେ ନୂଆପାଟଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନୂତନ ଶ୍ରେଣୀଗୃହ ଓ ଦଧିବାମନ ସାହିରେ ୨ଲକ୍ଷ ୫୦ ହଜାର ଟଙ୍କା ବ୍ୟୟରେ ନବୀକରଣ କରାଯାଇଥିବା କୋଠଘରକୁ ବିଧାୟକ ଉଦଘାଟନ କରିଥିଲେ।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories