www.samajalive.in
Monday, December 15, 2025
26.1 C
Bhubaneswar

ରାଜ୍ୟବାସୀ ଅସୁରକ୍ଷିତ: ନବୀନ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟନ୍ତ ହୋଇପଡ଼ିଛି, ଯାହାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ। ରାଜ୍ୟରେ ଉତ୍ସବର ପରିବେଶ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ରାଜ୍ୟବାସୀ ଅସୁରକ୍ଷିତ ହୋଇପଡ଼ିଛନ୍ତି ବୋଲି କହିଛନ୍ତି ନବୀନ। ସେ ଏ ସମ୍ପର୍କରେ ସମାଜିକ ଗଣମାଧ୍ୟମ ଫେସବୁକରେ ଏକ ପୋଷ୍ଟ କରି ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି।

ନବୀନ ଲେଖିଛନ୍ତି, ରାଜ୍ୟବାସୀ ନିଜକୁ ଅସୁରକ୍ଷିତ ଭାବିବା ଆରମ୍ଭ କଲେଣି। ନିଜ ଘର ସାମ୍ନାରେ ଠିଆ ହୋଇଥିବା ସମୟରେ ଗଞ୍ଜାମର ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଯେପରି ଗୁଳି କରି ହତ୍ୟା କରାଗଲା ତାହା ଅତ୍ୟନ୍ତ ଜଘନ୍ୟ ଓ ଦୁଃଖଦାୟକ। ଦୁଃଖରେ ଭାଙ୍ଗି ପଡ଼ିଥିବା ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।

- Advertisement -

ସେ ଆହୁରି ଲେଖିଛନ୍ତି, ଏହି ଖବର ସାଧାରଣ ଲୋକଙ୍କୁ ଭୟଭୀତ କରିଦେଇଛି। ସେହିପରି ରାଉରକେଲାରେ ଦୁଷ୍କର୍ମ, କଣାସରେ ଲକ୍ଷ୍ମୀ ବସ ଭିତରେ ଘଟିଥିବା ଅଭାବନୀୟ କାଣ୍ଡ ସାଙ୍ଗକୁ ବାଲେଶ୍ୱରରେ ରାତ୍ରିକାଳୀନ କଟକଣା ସହ ଭାଇଚାରାର ସହର କଟକରେ ସାମ୍ପ୍ରଦାୟିକ ସ୍ଥିତି ଅତ୍ୟନ୍ତ ଚିନ୍ତାଜନକ।

ପୋଲିସ ଏସଆଇ ନିଯୁକ୍ତିରେ ମହାଦୁର୍ନୀତି ଆଶାୟୀ ଯୁବଗୋଷ୍ଠୀଙ୍କ ମନୋବଳ ଭାଙ୍ଗି ଦେଇଥିବା ବେଳେ ସରକାରୀ ନିଯୁକ୍ତିରେ ସ୍ୱଚ୍ଛତା ଓ ଉତ୍ତରଦାୟିତ୍ୱ ବଜାୟ ରଖିବାରେ ମଧ୍ୟ ରାଜ୍ୟର ବିଜେପି ସରକାର ଅସମର୍ଥ।

ଶାନ୍ତିପ୍ରିୟ ଓଡ଼ିଶାରେ ଆଇନଶୃଙ୍ଖଳା ବ୍ୟବସ୍ଥାକୁ ମଜଭୁତ ରଖିବାରେ ବିଜେପି ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତିଟ୍ଟ ଯାହା ଲୋକଙ୍କ ଭିତରେ ଭୟର ବାତାବରଣ ସୃଷ୍ଟି କରୁଛି।

ଅପରାଧ ରୋକିବା ପାଇଁ ସରକାର କାହିଁକି ଦୃଷ୍ଟାନ୍ତମୂଳକ ପଦକ୍ଷେପ ଗ୍ରହଣ କରୁନାହାନ୍ତି ବୋଲି ନବୀନ ପ୍ରଶ୍ନ କରିଛନ୍ତି। ଲୋକଙ୍କ ସ୍ୱାର୍ଥ ପାଇଁ ସରକାର ତତ୍ପର ଓ ସଜାଗ ହେବା ଜରୁରୀ ସେ କହିଛନ୍ତି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories