www.samajalive.in
Saturday, December 13, 2025
26.1 C
Bhubaneswar

ବାଲେଶ୍ଵରରେ କଙ୍ଗାରୁକୋର୍ଟ ! ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼

ସମାଜ ଡିଜିଟାଲ ଡେସ୍କ: ବାଲେଶ୍ଵର ଜିଲାରେ କଙ୍ଗାରୁ କୋର୍ଟ। କଙ୍ଗାରୁକୋର୍ଟ ନିଷ୍ପତ୍ତି ଅନୁସାରେ ଜଣେ ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ଵର ଜିଲା ସିଂଲା ଥାନା ଅଞ୍ଚଳର ଏକ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ। କୌଣସି କାରଣକୁ ନେଇ ଜଣେ ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ଗ୍ରାମବାସୀ ଗଛରେ ବାନ୍ଧି ନିସ୍ତୁକ ପିଟିଛନ୍ତି। ଗୁରୁତର ଅବସ୍ଥାନରେ ସମ୍ପୃକ୍ତ କର୍ମୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କ’ଣ ପାଇଁ ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ମାଡ଼ ମରାଯାଇଛି ତାହାର କାରଣ ଜଣାପଡ଼ି ନ ଥିବାବେଳେ ଅଭିଯୋଗ ଆଧାରରେ ଥାନାରେ ଏକ ମାମଲା ରୁଜୁ ହୋଇଥିବା ସୂଚନା ମିଳିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories