www.samajalive.in
Monday, December 8, 2025
14.1 C
Bhubaneswar

ସବୁଦିନ ପାଇଁ ବନ୍ଦ ହେଲା ଡୋନାଲ୍ଡ ଟ୍ରମ୍ପଙ୍କ ବ୍ୟକ୍ତିଗତ ଟ୍ୱିଟର ଆକାଉଣ୍ଟ

ୱାଶିଂଟ: ଡୋନାଲ୍ଡ ଟ୍ରମ୍ପଙ୍କ ବ୍ୟକ୍ତିଗତ ଟ୍ୱିଟର ଆକାଉଣ୍ଟକୁ ଶନିବାର ସବୁଦିନ ପାଇଁ ବନ୍ଦ କରିଦିଆଯାଇଛି। ଏ ନେଇ ଟ୍ବିଟର ସେଫଟି ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।  ଆମେରିକାର ସଂସଦ (କ୍ୟାପିଟଲ ବିଲ୍ଡିଂ)ରେ ହୋଇଥିବା ହିଂସାକୁ ନେଇ କମ୍ପାନୀ ପକ୍ଷରୁ ଏପରି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହା ପୂର୍ବରୁ ଟ୍ରମ୍ପଙ୍କ ଟ୍ୱିଟର ଆକାଉଣ୍ଟକୁ କିଛି ଘଣ୍ଟା ପର୍ଯ୍ୟନ୍ତ ବନ୍ଦ କରାଯାଇଥିଲା ଏବଂ  ଆଗକୁ ସବୁଦିନ ପାଇଁ ତାଙ୍କ ଆକାଉଣ୍ଟକୁ ବନ୍ଦ କରିପାରେ ବୋଲି ଚେତାବନୀ ଦେଇଥିଲା ତାଙ୍କ ଆକାଉଣ୍ଟକୁ ରିଭ୍ୟୁ କରିବା ପରେ କମ୍ପାନୀ ଏପରି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ଟ୍ରମ୍ପ ବାରମ୍ବାର ତାଙ୍କ ନିୟମ ଭଙ୍ଗ କରୁଥିବା ଟ୍ୱିଟର କହିଛି।

- Advertisement -

ପୂର୍ବରୁ ଫେସବୁକ ମଧ୍ୟ ବୁଧବାର ଦିନ ନିୟମ ଉଲଙ୍ଘନ ଅଭିଯୋଗ ଆଣି ଟ୍ରମ୍ପଙ୍କ ପେଜକୁ ୨୪ ଘଣ୍ଟା ପର୍ଯ୍ୟନ୍ତ ବ୍ଲକ୍ କରିଥିଲା। ଫେସବୁକ୍‌ର ସଂସ୍ଥାପକ ମାର୍କ ଜୁକରବର୍ଗ ଗୁରୁବାର ଦିନ ଏ ନେଇ କହିଥିଲେ ଯେ, ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନଙ୍କ ଶପଥ ଗ୍ରହଣ ପର୍ଯ୍ୟନ୍ତ ଦେଶର ବର୍ତ୍ତମାନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେସବୁକ ଏବଂ ଇନ୍‌ଷ୍ଟାଗ୍ରାମକୁ ବ୍ୟବହାର କରିପାରିବେ ନାହିଁ । ତେବେ ଆସନ୍ତା ଜାନୁଆରୀ ୨୦ ତାରିଖକୁ ଆମେରିକାରେ ନବନିର୍ବାଚିତ ରଷ୍ଟ୍ରପତିଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ।

ସୂଚନା ଅନୁଯାୟୀ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିର୍ବାଚନରେ ପରାଜିତ ହେବା ପରେ ବି କ୍ଷମତା ହସ୍ତାନ୍ତର କରିବାକୁ ଇଚ୍ଛୁକ ନାହାନ୍ତି, ଯେଉଁଥିପାଇଁ ଦେଶରେ ଏବେ ଅରାଜକତା ସୃଷ୍ଟି ହୋଇଛି। ଟ୍ରମ୍ପଙ୍କ ହଜାର ହଜାର ସମର୍ଥକ ୱାଶିଂଟନ ଡିସିରେ ଥିବା କ୍ୟାପିଟଲ ବିଲ୍‌ଡିଂରେ ପ୍ରବେଶ କରି ହିଂସା ଘଟାଇଥିଲେ। ପୁଲିସ ସହ ସଂଘର୍ଷ ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିଲା। ଏହାକୁ ଦୃଷ୍ଟିରେ ରଖି ଦେଶରେ ୧୫ ଦିନ ପାଇଁ ଜରୁରିକାଳୀନ ପରିସ୍ଥିତି ଘୋଷଣା କରାଯାଇଥିଲା

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories