www.samajalive.in
Saturday, December 6, 2025
23.1 C
Bhubaneswar

ଦେଖନ୍ତୁ ଭିଡିଓ ; ପେରୁରେ ଶକ୍ତିଶାଳୀ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଦକ୍ଷିଣ ପେରୁରେ ଶୁକ୍ରବାର ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ୨୮ କିଲୋମିଟର ଗଭୀର ସହ ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୭.୨ ରେକର୍ଡ କରାଯାଇଛି। ଅନେକ ସମୟ ପର୍ଯ୍ୟନ୍ତ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା ବୋଲି ସ୍ଥାନୀୟ ଲୋକେ କହିଛନ୍ତି। କିଛି ସ୍ଥାନରେ ଝଟକା ସମୟରେ ସିସିଟିଭି ଦୃଶ୍ୟ ମଧ୍ୟ କଏଦ ହୋଇଛି। ଭୂକମ୍ପ ଝଟକା ଅନୁଭବ ହେବା ମାତ୍ରେ ଲୋକେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ।


ସୁନାମୀ ଚେତାବନୀ କେନ୍ଦ୍ର (ପିଡବ୍ଲ୍ୟୁଟିସି) ପେରୁର କିଛି ତଟୀୟ କ୍ଷେତ୍ରରେ ୧ ରୁ ୩ ମିଟର ପର୍ଯ୍ୟନ୍ତ ଆସିବାକୁ ଥିବା ସମ୍ଭାବ୍ୟ ସୁନାମୀ ପାଇଁ ଚେତାବନୀ ଜାରି କରିଛି। ମାତ୍ର ଭୟଭୀତ ହେବାର କୌଣସି କାରଣ ନାହିଁ ବୋଲି କହିଛି। ଏହି ଭୂକମ୍ପରୁ ସୁନାମୀ ପାଇଁ ସତର୍କ ସୂଚନା ନାହିଁ। ସରକାର ସ୍ଥିତି ଉପରେ ନଜର ରଖିଛନ୍ତି ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ମଙ୍ଗଳଗ୍ରହରେ ଶହଶହ କଳା ବୁଢିଆଣୀ ନା ଆଉ କିଛି ; ବୈଜ୍ଞାନିକ କହିଲେ ଏମିତି..

- Advertisement -

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories