www.samajalive.in
Saturday, December 6, 2025
14.1 C
Bhubaneswar

‘ପେଥାଇ’ ପ୍ରଭାବରେ ୧୨ଘଣ୍ଟା ବର୍ଷା

ଭୁବନେଶ୍ବର : ସ୍ଥଳଭାଗ ଛୁଇଁଲା ପରେ ସାମୁଦ୍ରିକ ଝଡ ‘ପେଥାଇ’ ଧୀରେ ଧୀରେ ଦୁର୍ବଳ ହେବାକୁ ଲାଗିଛି। ଏହାର ପ୍ରଭାବରେ ଆସନ୍ତା ୧୨ଘଣ୍ଟା ପର୍ଯ୍ୟନ୍ତ ଆନ୍ଧ୍ରପ୍ରଦେଶ ଉପକୂଳ ସମେତ ଦକ୍ଷିଣ ଓଡିଶାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସ୍ଥଳଭାଗ ଛୁଇଁଲା ପରେ ସମୁଦ୍ରରେ ଏହି ଝଡ ଦୁର୍ବଳ ହୋଇ ବାତ୍ୟାର ରୂପ ନେଇଛି। ଏହାର ପ୍ରଭାବରେ ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ସହ ପବନ ବୋହି ବ୍ୟାପକ କ୍ଷୟକ୍ଷତି ହୋଇଛି। ଓଡିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ ଗଜପତି ଆଦି ଜିଲରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଗଞ୍ଜାମ, ପୁରୀ, କନ୍ଧମାଳ, ନୂଆପଡ଼ା, ବରଗଡ଼, ବଲାଙ୍ଗିର, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ଅପରାହ୍ନ ସୁଦ୍ଧା ପାଣିପାଗରେ କିଛି ପରିବର୍ତ୍ତନ ହୋଇପାରେ ବୋଲି ଅନୁମାନ କରାଯାଉଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories