www.samajalive.in
Sunday, December 7, 2025
26.1 C
Bhubaneswar

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କାର୍ଯ୍ୟାଳୟ ସଭାଗୃହ ଠାରେ କନ୍ଧମାଳ ଜିଲ୍ଲାପାଳ ଆଶିଷ ଇଶ୍ୱର ପାଟିଲଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଫିରିଙ୍ଗିଆ ଗୋଷ୍ଠିଉନ୍ନୟନ ଅଧିକାରୀ ରଶ୍ମିରଞ୍ଜନ ମହନ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିନିତ ଅଗ୍ରୱାଲ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବିଶ୍ୱରଞ୍ଜନ ନାୟକ, ଜିଲ୍ଲା ଆଦିବାସୀ ଉନ୍ନୟନ ବିଭାଗ ପ୍ରକଳ୍ପ ପ୍ରଶାସକ ବୀରେନ୍ଦ୍ର କୁମାର ଦାସ , ଜିଲ୍ଲା ମୁଖ୍ୟ ଚକିତ୍ସା ଅଧିକାରୀ, ଅବକାରୀ ଅଧିକାରୀ, ଜଳ ଓ ପରିମଳ ବିଭାଗ ମୁଖ୍ୟ ଯନ୍ତ୍ରୀ , ବିଦ୍ୟୁତ୍‌ ବିଭାଗ ଅଧିକାରୀ, ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ ଅଧିକାରୀ , ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିକାରୀ, ଶିକ୍ଷା ବିଭାଗ , ପୂର୍ତ୍ତ ବିଭାଗ ଅଧିକାରୀଙ୍କ ସହ ଜିଲ୍ଲା ଓ ବ୍ଲକର ପ୍ରାୟ  ସମସ୍ତ ବିଭାଗର ଅଧିକାରୀ ମାନେ ଯୋଗ ଦେଇଥିଲେ । ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସମୁଦାୟ ୧୩୭ଟି ଅଭିଯୋଗ ଶୁଣାଣି ହୋଇଥିଲା । ଫିରିଙ୍ଗିଆ ଥାନା ଅଧିକାରୀ ପି.ଶ୍ୟାମ ସୁନ୍ଦର ରାଓଙ୍କ ତତ୍ୱାବଧାନରେ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା ।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories